ଦୈନିକ ରାଶିଫଳ: ୨୬ ଜୁଲାଇ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଅର୍ଥ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇମାସ ୨୬ ତାରିଖ, ରବିବାର, କର୍କଟମାସ ୧୧ ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ଦିବା ୯ଟା ୩୨ମିନିଟ୍ ଗତେ ସପ୍ତମୀତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ନିମ୍ବ ନ ଖାଇଲେ ଭଲ, ଦିବା ୯ଟା ୩୨ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୨୫ମିନିଟ୍ ରୁ ୬ଟା ୧୪ମିନିଟ୍, ସକାଳ ୬ଟା ୧୬ମିନିଟ୍ ରୁ ୯ଟା ୪୨ମିନିଟ୍, ଦିବା ୧ଟା ୩୧ମିନିଟ୍ ରୁ ୨ଟା ୧ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ୯ଟା ୧୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପାରିବାରିକ ଜୀବନରେ ଅନେକ ପ୍ରକାରର ବାଧାବିଘ୍ନ ଦୂରେଇ ଯିବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ ମାମଲାରେ ଅପୋଷ ସମାଧାନ କରି ପାରନ୍ତି। ବ୍ୟବସାୟରେ ଶତୃମାନେ ପରାଜିତ ହେବେ ଓ ଉନ୍ନତି ହୋଇ ଋଣଭାର କମିଯିବ। ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ ରହିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ପରିବାରରେ ସୁଖ ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। କିନ୍ତୁ ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ।  ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। କେତେକ କାର୍ଯ୍ୟ ଅଧାରେ ଝୁଲି ରହିବ। ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମିଥୁନ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଦୂରେଇ ଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସହାୟତାରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ଆମୋଦ ପ୍ରମୋଦର ସୁଯୋଗ ପାଇବେ। ପଢିବା, ପଢେଇବା ମାମଲାରେ ଆଗକୁ ଗତି କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ସିଂହ:-

କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇ ପାରେ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଫାଇଦା ଉଠାଇବେ। ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଅନେକ ଶୁଭକର୍ମର ସୁଯୋଗ ପାଇବେ। ଶତ୍ରୁମାନେ ପରାଜିତ ହେବେ।  ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।  

ତୁଳା:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ। ପ୍ରେମିକ ପ୍ରେମିକା ମାନେ କଥା କଟାକଟିକୁ ନେଇ ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟକର ହେବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ସହ ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନ ଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ପାଇ ମନ ଖୁସି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ଫଳରେ ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଅନେକ କ୍ଷେତ୍ରରେ ସୁଯୋଗ ପାଇ କାମ କାର୍ଯ୍ୟର ଦାୟିତ୍ଵ ବଢିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। କଳା, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। ନୂତନ ବନ୍ଧୁ ଭେଟ ହେବା ଫଳରେ ମନସନ୍ତୁଷ୍ଟ ରହିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଶୁଭ ସମାଚାର ଶୁଣିବାକୁ ମିଳିବ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଘରୋଇ କର୍ମକ୍ଷେତ୍ରରେ ସହକର୍ମୀ ଓ ମାଲିକଙ୍କ ଠାରୁ ପ୍ରଶଂସିତ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ଯେ କୌଣସି କାର୍ଯ୍ୟ ହାତକୁ ନେଲେ ଶେଷ କରିବା ପରେ ଆଶ୍ୱସ୍ଥି ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ଘର ଓ ପରିବାରରେ ସୁଖଦାୟକ ବାତାବରଣ ଦେଖାଦେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିକ୍ଷେତ୍ରରେ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ, ସମ୍ପତ୍ତି ଲାଭ ହେବ। ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ। ବିଦ୍ୟାରେ ଉନ୍ନତି ପାଇଁ ଉଚ୍ଚ ପ୍ରଶଂସିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଆଜି ପୂରଣ ହୋଇ ଉଚ୍ଚ ଆଶା ସଫଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!