ଦୈନିକ ରାଶିଫଳ: 26 ଜୁଲାଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ୨୬ତାରିଖ, ମଙ୍ଗଳବାର, କର୍କଟମାସ୧୦ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ ଦିବା ୪ଟା ୬ମିନିଟ୍ ପରେ ହର୍ଷଣ ଯୋଗ । ଗର କରଣ ପ୍ରାତଃ ୫ଟା ୩୨ମିନିଟ୍ ପରେ ବାଣିଜ୍ୟ କରଣ । ମକର ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୪୭ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୪୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୧ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧ଟା ୩୦ମିନିଟ୍ ରୁ ୩ଟା ୭ମିନିଟ୍, ରାତ୍ରି ୭ଟା ୪୫ମିନିଟ୍ ରୁ ୯ଟା ୭ମିନିଟ୍ । ଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧ଟା ୧୧ମିନିଟ୍ ରୁ ଦିବା ୧ଟା ୨୯ମିନିଟ୍, ଦିବା ୪ଟା ୪୬ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୭ଟା ୫ମିନିଟ୍, ରାତ୍ର ୯ଟା ୧୯ମିନିଟ୍ ରୁ ୧୧ଟା ୩୦ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ରାତ୍ର ୩ଟା ୧୦ମିନିଟ୍ ।

ମେଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି, କର୍ମୋନ୍ନତି ଓ ଆର୍ଥିକ ଦିଗରୁ ପ୍ରବଳ ଉନ୍ନତି ଦେଖାଦେବ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗପାଇବେ । ଯାତ୍ରାରେ ସଫଳତା ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇ ଦିଅନ୍ତୁ ।

ବୃଷ:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଫଳ ପାଇବେ । କର୍ମକ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ଅଟଳ ରଖି ପାରିବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ । ଆକସ୍ମିକଧନ ପ୍ରାପ୍ତି ହେବ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭହେବ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଠିକ୍ ରହିବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । କର୍ମକ୍ଷେତ୍ରରେ କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବାସ ଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ନୂତନ ସମ୍ପତ୍ତି କ୍ରୟ କରିବେ । ପ୍ରତିକାର-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା ପାଇବେ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । ବିହିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ଦ୍ୱନ୍ଦ ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ଉପର ମହଲରୁ ଆଶାତୀତ ଉପକୃତ ହେବେ । ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-କମ ପରିଶ୍ରମ କରି ଅଧିକ ଲାଭ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଖାଦ୍ୟପେୟ ନିୟନ୍ତ୍ରଣ ନକଲେ ସ୍ୱାସ୍ଥ୍ୟରେ ଅବନତି ହେବ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବ । ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରି ପାରନ୍ତି । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପଦସ୍ଥବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ମକ୍ଷେତ୍ରରେ କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ । ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାର ସୁଯୋଗପାଇବେ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ । ବାସଗୃହ ଓ ଯାନବାହାନର କେତେକ ସମସ୍ୟା ସମାଧାନ ହୋଇଯିବ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ଦାମ୍ପତ୍ୟଜୀବନ ଆନନ୍ଦମୟ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!