ଆଜି କେମିତି ରହିବ ଆପଣଙ୍କ ଦିନ : ୨୬ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ଜୁନ୍ ୨୦୧୮

ମେଷ:-

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ। ଶରୀର ଅସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ନ ଦେଇ ଅଯଥାରେ ସମୟ ନଷ୍ଟ କରିବେ। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ଖରାପ ପିଲାଙ୍କ ସହ ସାଙ୍ଗ ହୋଇ ସନ୍ତାନ କୁ-ମାର୍ଗଗାମୀ ହେବେ। ପ୍ରତିକାର: ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଦେଖାଦେବ। ଭାଇ ଓ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ। ମହିଳାମାନେ ସନ୍ତାନ ଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର: ବୃଦ୍ଧ ବୃଦ୍ଧାଙ୍କର ସେବାକରୀ ଆଶୀର୍ବାଦ ଭିକ୍ଷା କରନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:–

ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର: କୁକୁରର ସେବା କରି ଖାଇବାକୁ ଦିଅନ୍ତୁ।

କର୍କଟ:-

ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରରେ ସୁଖ ଶାନ୍ତି ବଜାୟ ରହିବ। ଛାତ୍ର-ଛାତ୍ରୀମାନେ ଦୂର ସ୍ଥାନକୁ ଯାତ୍ରା କରିବେ। ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ପ୍ରତିକାର : ଆମିଷଭୋଜନ ଓ ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

କନ୍ୟା:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ।  ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ମହିଳାମାନେ ଦାମ୍ପତ୍ୟ ସୁଖରେ ଖୁସି ହେବେ। ପ୍ରତିକାର: ଇଷ୍ଟଦେବୀଙ୍କୁ ମନ୍ଦାରଫୁଲ ପଞ୍ଚୋଟି ଅର୍ପଣକରନ୍ତୁ।

ତୁଳା:-

ଅଧିକ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ  ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଛାତ୍ର-ଛାତ୍ରୀମାନେ ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ।  ପ୍ରତିକାର : ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଆଜି ସମାଧାନ ହେବ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ।  ଅବିବାହିତ ଯୁବକ ଓ ଯୁବତୀମାନଙ୍କର  ବିବାହ ପ୍ରସ୍ତାବ  ସ୍ଥିର ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ।  ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ।  ପ୍ରତିକାର : ବାପା ଓ ମାଆଙ୍କୁ ପୂର୍ଣ୍ଣ  ଆଦର ଓ ସକ୍ରାର କରନ୍ତୁ।

ଧନୁ:-

ବ୍ୟବସାୟରେ ସାଧାରଣ ପରିଶ୍ରମ ଫଳରେ ଅଧିକ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯିବ।  ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଇଚ୍ଛାକରି ଆଳସ୍ୟ ହେବେ। ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ। ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ। ପ୍ରତିକାର: ଦୃଷ୍ଟିହୀନ ଲୋକଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଆର୍ଥିକ  କ୍ଷେତ୍ରରେ ଉନ୍ନତି ଦେଖାଦେବ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କଠିନ  ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ହେବ। ପ୍ରତିକାର:  ଭିକାରୀଙ୍କୁ ଅନ୍ନ ଦାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ  ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ।  ରାଜନେତାମାନେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପ୍ରତିକାର: ପିମ୍ପୁଡ଼ି ଗାତପାଖରେ ଗୁଡ଼ ରଖନ୍ତୁ।

ମୀନ:-

ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ  ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!