ଦୈନିକ ରାଶିଫଳ: 26 ଜୁନ 2021, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ରୋଗରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୨୬ ତାରିଖ, ଶନିବାର, ମିଥୁନମାସ ୧୨ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର, ସକାଳ ୯ଟା ୫୬ମିନିଟ୍ ଗତେ ମକର ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର, ସକାଳ ୯ଟା ୫୬ମିନିଟ୍ ଗତେ ସିଂହ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୧୧ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୧୧ମିନିଟ୍ ରୁ ୧୨ଟା ୧୬ମିନିଟ୍, ଦିବା ୩ଟା ୮ମିନିଟ୍ ରୁ ୩ଟା ୪୬ମିନିଟ୍, ରାତ୍ର ୭ଟା ୪୭ମିନିଟ୍ ରୁ ୭ଟା ୫୦ମିନିଟ୍, ରାତ୍ର ୧୧ଟା ୨୯ମିନିଟ୍ ରୁ ୧ଟା ୩୬ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ବ୍ୟବସାୟରେ ଲାଭବାନ ହେବେ ଓ ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-

ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ ଉଚ୍ଚଆଶା ସଫଳ ହେବାର ସୂଚନା ପାଇପାରନ୍ତି । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ । ମିଷ୍ଟାନ ଭୋଜନ, ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରନ୍ତୁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମ ରେ ଆଶାଜନକ ଫଳପ୍ରାପ୍ତିହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ । ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଗୃହୋପକରଣ କ୍ରୟ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ବିଚ୍ଛା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ଯାର ସମାଧାନ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ରାଜନୈତିକ କ୍ଷେତ୍ରରେ ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତରେ ଉନ୍ନତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-

ଶୁଭ ସମ୍ବାଦପାଇ ଖୁସିହେବେ । ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବାଦବିବାଦଠାରୁ ଦୂରେଇ ରହିବା ଉଚିତ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଶାରୀରିକ ଅସୁସ୍ଥତା ଦୂର ହେବ । ଶତ୍ରୁମାନେ ମିତ୍ରତାର କାର୍ଯ୍ୟ କରିବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ । ପଢ଼ାପଢ଼ିରେ ମନଦେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!