୨୦୨୨ମସିହା, ଜୁନମାସ ୨୬ତାରିଖ, ରବିବାର, ମିଥୁନମାସ ୧୨ଦିନ, ଆଷାଢମାସ କୃଷ୍ଣପକ୍ଷ, ତ୍ରୟୋଦଶୀତିଥି, କୃତ୍ତିକାନକ୍ଷତ୍ର ଦିବା ୧ଟା ୬ମିନିଟ୍ ପରେ ରୋହିଣୀନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର । ଧୃତି ଯୋଗ ପ୍ରାତଃ ୫ଟା ୫୩ମିନିଟ୍ ପରେ ଶୂଳ ଯୋଗ । ଗର କରଣ ଦିବା ୨ଟା ୧୬ମିନିଟ୍ ପରେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୩ଟା ୨୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୧୦ମିନିଟ୍ ରୁ ୧ଟା ୨୮ମିନିଟ୍, ରାତ୍ରି ୧ଟା ୧୦ମିନିଟ୍ ରୁ ୨ଟା ୩୧ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ରୁ ୯ଟା ୩୬ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୨ଟା ୫୩ମିନିଟ୍, ଦିବା ୪ଟା ୪୦ମିନିଟ୍ ରୁ ୪ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୭ଟା ୫୦ମିନିଟ୍, ରାତ୍ର ୧୦ଟା ୪୫ମିନିଟ୍ ରୁ ରାତ୍ର ୧୨ଟା ୫୩ମିନିଟ୍ ।
ମେଷ:-ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ବାଦବିବାଦ, ମାଲିମକଦ୍ଦମାର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିପାଇବା ଫଳରେ ଦୀର୍ଘଦିନର ଆଶା ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ପରିଶ୍ରମ, ମେହନତର ପରିଣାମ ମିଳିବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ମିଥୁନ:-କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି ମାମଲାରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ସୁଯୋଗ ମିଳିପାରେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ ଓ ନୂତନ ଜ୍ଞାନର ବୃଦ୍ଧି ହେବ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ, ଦୀର୍ଘଯାତ୍ରା ଓ ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେଇ ପାରନ୍ତି । ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ପରିବାରରେ ଆଦରପାଇ ସୁଖଭୋଗ କରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପୁରାତନ ରୋଗର ପ୍ରକୋପ ବୃଦ୍ଧିହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖାଦେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଠିକ୍ ରହି ନ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-ଉଚିତପନ୍ଥା ଗ୍ରହଣ କଲେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନୂତନ ଚାକିରି ପାଇଁ ପ୍ରୟାସ ଜାରି ରଖିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କୁମ୍ଭ:-ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ପରିବାର ପ୍ରତି ଆପଣଙ୍କ ଦାଇତ୍ଵ ଅଧିକ ବଢିବା ସହ ଭାଇ ଭଉଣୀଙ୍କ ସହ ସମ୍ପର୍କ ବହୁତ ଭଲ ରହିବ । ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର- ନୀଳ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମୀନ:-ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।