୨୦୨୦ ମସିହା, ମାର୍ଚ୍ଚ ମାସ ୨୬ତାରିଖ, ଗୁରୁବାର, ମୀନ ମାସ ୧୩ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ରେବତୀ ନକ୍ଷତ୍ର, ପ୍ରାତଃ ୭ଟା ୧୬ମିନିଟ୍ ପରେ ଅଶ୍ଵିନୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର, ପ୍ରାତଃ ୭ଟା ୧୬ମିନିଟ୍ ପରେ ମେଷ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବୋଇତିକଖାରୁ ନ ଖାଇଲେ ଭଲ। ଶୁଭସମୟ– ପ୍ରାତଃ ୫ଟା ୪୯ମିନିଟ୍ ରୁ ୭ଟା ୨୪ମିନିଟ୍, ଦିବା ୧୦ଟା ୪୦ମିନିଟ୍ ରୁ ୧୧ଟା ୫୦ମିନିଟ୍।
ମେଷ:-
ସନ୍ତାନଙ୍କ ପାଇଁ ଶୁଭ ସମ୍ବାଦ ପାଇବେ। ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ବିରୋଧିମାନେ ଦୂରେଇ ଯିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ। ନୂତନପନ୍ଥା ଅନୁସରଣ କଲେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରିୟଜନଙ୍କସହ ମିଳନ ହୋଇ ଉତ୍ତର ଦାୟିତ୍ୱ ବଢ଼ିବ। ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।
ବୃଷ:-
କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟ ରେ ସମସ୍ୟା ଦେଖାଦେବ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ରାଜନୀତିରେ ଦୂରଯାତ୍ରାରେ କଷ୍ଟ ସ୍ବୀକାରକରି ସଫଳତା ଓ ଲାଭପାଇବେ। ପ୍ରତିକାର– ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମିଥୁନ:-
ଶୁଭ ସମାଚାର ମିଳିବା ସହ ନିଜଲୋକ ସାହାଯ୍ୟ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଋଣ ଭାରରୁ ମୁକ୍ତି ପାଇବେ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବା ଫଳରେ ଶତୃମାନଙ୍କ ଷଡ଼ଯନ୍ତ୍ର ଧରା ପଡିବ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କର୍କଟ:-
ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପ୍ରତିକାର– ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ସିଂହ:-
ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ଅର୍ଜନ କରି ଭଲ ଲାଭ ପାଇବେ। ଦୂରଯାତ୍ରାର ସୁଯୋଗ ପାଇ ଅର୍ଥଲାଭର ମାର୍ଗ ଖୋଲିଯିବ ଓ ଶୁଭ ସମାଚାର ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
କନ୍ୟା:-
ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ବୃଦ୍ଧିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୀତିରେ ଶତ୍ରୁବାଧା ଦୂରେଇ ଯାଇ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ ଓ ବାଧା ସୃଷ୍ଟି ହେବ। ବିଗତକଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେଇ ପାରେ। ପ୍ରତିକାର– କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-
ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ। ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବକେୟା ଅର୍ଥ କିଛି ମିଳିବ। ପ୍ରତିକାର– ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆୟ ଉପାର୍ଜ୍ଜନର ବୃଦ୍ଧି ଯୋଗେ ଋଣରୁ ମୁକ୍ତି ମିଳିବ। ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର– ଲିମ୍ବଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ଧନୁ:-
ଅଧିକାରୀଙ୍କଠାରୁ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ନୂଆ ନିଯୁକ୍ତିର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଲେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-
ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ପାରିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପ୍ରାପ୍ତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପନିପରିବା ଫସଲ ଆମଦାନୀରେ ଖୁସି ରହିବେ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବ ଓ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ କରି ପାରନ୍ତି। ପ୍ରତିକାର– ହରିଡାଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କୁମ୍ଭ:-
କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ସ୍ୱଳ୍ପ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ। ପାରିବାରିକ ଜୀବନରେ ଶାନ୍ତି ଆସିବ କିନ୍ତୁ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ନୂତନ କାର୍ଯ୍ୟରେ ହାତ ଦେଲେ ବିଫଳ ହେବେ। ପ୍ରତିକାର– ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-
ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ। ପ୍ରତିକାର- ତୁଳସୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
Jyotirbid Dr. Pramod Satapathy
Jantra Jyotisha, Cuttack
Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri
For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988