୨୦୨୨ ମସିହା, ମାର୍ଚ୍ଚ ମାସ ୨୬ ତାରିଖ, ଶନିବାର, ମୀନ ମାସ ୧୨ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ନବମୀ ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ପରିଘ ଯୋଗ । ତୈତିଳ କରଣ ଦିବା ୯ଟା ୩ମିନିଟ୍ ପରେ ଗର କରଣ । ବୃଷ,ସିଂହ ଓ କନ୍ୟା ରାଶିର ଘାତବାର । ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର ରାତି ୮ଟା ୨୮ ମିନିଟ୍ ପରେ ସିଂହ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ରାତି ୮ଟା ୨ ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୮ଟା ୨ ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୭ଟା ୨୧ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୫ଟା ୫୬ମିନିଟ୍, ସନ୍ଧ୍ୟା ୫ଟା ୫୬ମିନିଟ୍ ରୁ ରାତ୍ରି ୭ଟା ୨୫ମିନିଟ୍, ରାତ୍ରି ୪ଟା ୧୯ମିନିଟ୍ ରୁ ରାତ୍ରି ୫ଟା ୪୯ମିନିଟ୍ । ଶୁଭସମୟ- ଦିବା ୧୦ଟା ୨୨ମିନିଟ୍ ରୁ ୧ଟା ୦୫ମିନିଟ୍, ରାତ୍ର ୮ଟା ୧୯ମିନିଟ୍ ରୁ ୧୦ଟା ୪୦ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୫୦ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ରାତ୍ର ୪ଟା ୧୩ମିନିଟ୍ ।
ମେଷ:-ରାଜନୈତିକ କ୍ଷେତ୍ରରେ ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ । ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହୋଇ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ । ପରିବାରରେ ବା କୁଟୁମ୍ବରେ ଗୁରୁତ୍ଵ ପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଅଧିକାରୀ କାମରେ ପ୍ରସନ୍ନ ରହିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ସୁଯୋଗ ହାତପାହାନ୍ତାରେ ପାଇବେ । ଋଣ ଭରଣାରେ ସହଜ ହେବ । ଶରୀର ସୁସ୍ଥ ରହିବା ସହ ଶତୃମାନେ ପରାଜିତ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । କୌଣସିଠାରୁ ଶୁଭ ସମାଚାର ପାଇ କଷ୍ଟ ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ମିଳିବ ଓ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ପୁରାତନ ଶତୃମାନେ ଦୂରେଇ ଯିବେ । ଦୂର ଯାତ୍ରା କରି ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଭୂମି ବା ଭବନ କ୍ରୟ କରି ପାରିବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଭୌତିକ ସୁଖ-ସୁବିଧା ସାଧନରେ ବୃଦ୍ଧି ହେବ । ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । କାମ-କାର୍ଯ୍ୟ ଓ ଚାକିରୀରେ ଉନ୍ନତି କରିବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବା ସହ ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉତ୍ସାହିତ ହେବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ପରିବାରରେ କଳହ ମେଣ୍ଟିଯିବା ଫଳରେ ବେଶ୍ ଆନନ୍ଦ ପାଇବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହେବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ବିଚ୍ଛା:-ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ । ପରୀକ୍ଷା, ପ୍ରତିଯୋଗୀତା ସନ୍ତୋଷ ଜନକ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମକର:-ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ରାଜନୀତିରେ କଠିନ ପରିଶ୍ରମ କରି ପ୍ରଶଂସା ମିଳିବ । ଅଧ୍ୟୟନ ଓ ଅଧ୍ୟାପନା ତଥା ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କୁମ୍ଭ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବ୍ୟବସାୟ କ୍ଷେତ୍ରରେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ମୀନ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ନୂତନବ୍ୟବସାୟ ଆରମ୍ଭ କଲେ ଲାଭପରିମାଣ ଅଧିକ ହେବ । ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।