ଦୈନିକ ରାଶିଫଳ: 26 ମାର୍ଚ୍ଚ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୨୬ ତାରିଖ, ରବିବାର, ମୀନମାସ ୧୨ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, କୃତ୍ତିକା ନକ୍ଷତ୍ର ଦିବା ୨ଟା ୧ମିନିଟ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ପ୍ରୀତି ଯୋଗ। ବାଳବ କରଣ ଦିବା ୪ଟା ୩୩ମିନିଟ୍ ପରେ କୌଳବ କରଣ। ମେଷ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ-ବେଲ, ପଣସ ନ ଖାଇଲେ ଭଲ ଦିବା ୪ଟା ୩୩ମିନିଟ୍ ପରେ ନିମ୍ବ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ଦିବା ୪ଟା ୩୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୨୧ମିନିଟ୍ ରୁ ଦିବା ୧ଟା ୨୩ମିନିଟ୍, ରାତ୍ରି ୧ଟା ୨୧ମିନିଟ୍ ରୁ ରାତ୍ରି ୨ଟା ୫୦ମିନିଟ୍। ଶୁଭସମୟ- ସକାଳ ୫ଟା ୪୯ମିନିଟ୍ ରୁ ୯ଟା ୫୧ମିନିଟ୍, ଦିବା ୧ଟା ୨୩ମିନିଟ ୧ଟା ୫୩ମିନିଟ, ସନ୍ଧ୍ୟା ୬ଟା ୪୩ମିନିଟ ରୁ ୯ଟା ୫ମିନିଟ, ରାତ୍ର ୧୨ଟା ୧୫ମିନିଟ୍ ରୁ ୧ଟା ୨୧ମିନିଟ୍, ରାତ୍ର ୨ଟା ୫୦ମିନିଟ୍ ରୁ ୩ଟା ୨୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପାରିବାରିକ ଜୀବନରେ ଶାନ୍ତି ପାଇବେ। ଅଧ୍ୟୟନ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ଶତ୍ରୁମାନେ ପରାଜିତ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ବନ୍ଧୁମିତ୍ରଙ୍କ ଆଗମନ ହେବା ଫଳରେ ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ। ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଶତୃମାନେ ପରାଜିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସ୍ୱାସ୍ଥ୍ୟ ଭଲ ରହିବାସହ ଶତ୍ରୁନାଶ ହେବେ। ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଭାଗିଦାରୀ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ସମ୍ପର୍କୀୟଙ୍କ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ। ଶତ୍ରୁନାଶ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଶୁଭ ସମ୍ବାଦପାଇ ଖୁସିହେବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ସମୟ ଆନନ୍ଦମୟ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଶୁଭକାମ କରି ପ୍ରଶଂସିତ ହେବେ। ଶତୃମାନେ ମଥାନତ କରିବେ। ପ୍ରତିଦ୍ଵନ୍ଦିତାରେ ସଫଳ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବିଦ୍ୟାର୍ଥୀମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସହଯୋଗୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇ ପରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ। ପୁରାତନ ରୋଗର ଉପସମ ଯୋଗେ ସ୍ୱାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!