ଦୈନିକ ରାଶିଫଳ: ୨୬ ମଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୬ ତାରିଖ, ମଙ୍ଗଳବାର, ବୃଷମାସ ୧୩ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ଆର୍ଦ୍ରାନକ୍ଷତ୍ର ପ୍ରାତଃ ୭ଟା ୨ମିନିଟ୍ ପରେ ପୁନର୍ବସୁନକ୍ଷତ୍ର,  ମିଥୁନରାଶିରେ ଚନ୍ଦ୍ର। ମକରରାଶିର ଘାତବାର। କନ୍ୟାରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୫୦ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୨ଟା ୯ମିନିଟ୍, ଦିବା ୪ଟା ୩୮ମିନିଟ୍ ରୁ ୫ଟା ୨୩ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୬ଟା ୫୯ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ୯ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଶୁଭ ସମାଚାର ଶୁଣି ଶାନ୍ତି ଦେଖା ଦେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ନୂତନ କର୍ମ ନିଯୁକ୍ତି ପାଇଁ କରିଥିବା ପ୍ରୟାସରେ ସଫଳତା ପାଇବେ। ପିତା ମାତାଙ୍କ ଠାରୁ ସହଯୋଗ ମିଳିବ। ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶତୃ ଓ ବିରୋଧୀମାନେ ଦୂରେଇଯିବେ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା ପାଇ ସୁଖଶାନ୍ତି ବିରାଜମାନ କରିବ। ଅଧ୍ୟୟନ, ଅନୁସନ୍ଧାନ, ଶୋଧ, ଲେଖନ ଆଦି କାର୍ଯ୍ୟରେ ପ୍ରଶଂସିତ ହେବେ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। କଠିନ ପରିଶ୍ରମ ଫଳରେ ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ।ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ମାନସିକ ଅଶାନ୍ତି ଦୂର ହେବ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ।  ଯେ କୌଣସି କାର୍ଯ୍ୟରେ ସଫଳତା ପାଇବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ଘରର ଗୁରୁଜନ ବା ମାତା-ପିତାଙ୍କୁ ସମ୍ମାନ ଦେଲେ ତାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ସୁସମ୍ପର୍କ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସମ୍ମାନ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହୋଇ ଆଶାତୀତ ଲାଭ ହେବ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ। କାମ କାର୍ଯ୍ୟରେ କୌଣସି ନୂତନ ପଦ୍ଧତି ବ୍ୟବହାର କରି ଦୁଇଗୁଣା ଲାଭ ଉଠେଇବେ। ପ୍ରେମପ୍ରସଙ୍ଗରେ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ହସଖୁସିରେ ସମୟ ବ୍ୟତୀତ ହେବ।    ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖା ଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶୁଭ ସମାଚାର ଶୁଣି ପରିବାରରେ ଶାନ୍ତି ଆସିବ। ନୂତନ ବନ୍ଧୁଙ୍କ ଦ୍ଵାରା ବିତିଯାଇଥିବା ମାମଲାର ସମାଧାନ ହୋଇ ପରିଶ୍ରମ ଫଳରେ ଉନ୍ନତି ହେବ। ପ୍ରେମପ୍ରସଙ୍ଗରେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ ଓ ଧନ ଲାଭ ହେବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।  

ତୁଳା:-

ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ।  ଅଧ୍ୟୟନ ଅଧ୍ୟାପନା ଅନୁସନ୍ଧାନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅସହାୟା ଲୋକଙ୍କୁ ସାହାରା ହେବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପରୋପକାର ବା ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବା ଫଳରେ ମାନସିକ ଦୁଶ୍ଚିନ୍ତା ଦୂର ହେବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟ କ୍ଷେତ୍ରରେ ବହୁତ ପରିଶ୍ରମ କଲେ କିଛିଅର୍ଥ ଲାଭ ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ଉଚ୍ଚ ପ୍ରଶଂସିତ ହେବେ। ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକସ୍ଥିତି ସୁଧୁରିବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବା ସହ ଖର୍ଚ୍ଚ ଅଧିକ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ। ଯଶମାନ ପ୍ରତିଷ୍ଠା ଲାଭ, ନୂତନ ବାହନ, ଗୃହ ଆଦି ଲାଭ ହୋଇପାରେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତେକ କ୍ଷେତ୍ରରେ ମାନସିକ ସ୍ଥିତି ସୁଦୃଢ ରହି ଯଶ ପ୍ରତିଷ୍ଠା ମିଳିବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକସ୍ଥିତି ସୁଧୁରିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ। ପ୍ରେମୀକ ପ୍ରେମିକାଙ୍କର ବସ୍ତ୍ରଭୂଷଣ ଆଦି ଲାଭହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ। ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ବ୍ୟବସାୟରେ ଉଚିତ୍ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ।  ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଆଶା ମୁତାବକ ଫଳ ପାଇବେ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!