ଦୈନିକ ରାଶିଫଳ: 26 ମଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୬ ତାରିଖ, ବୁଧବାର, ବୃଷମାସ ୧୨ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ଅନୁରାଧାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । କର୍କଟରାଶିର ଘାତବାର । ଆମିଷ ନ ଖାଇଲେ ଭଲ, ଦିବା ୪ଟା ୪୩ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୮ଟା ୨୬ମିନିଟ୍, ଦିବା ୧୦ଟା ୫ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ରାତ୍ର ୯ଟା ୫୩ମିନିଟ୍ । ପର୍ବଦିନ- ଚନ୍ଦନ ପୂର୍ଣ୍ଣିମା, ବୁଦ୍ଧ ଜୟନ୍ତୀ, ବୈଶାଖ ବ୍ରତ ସମାପନ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ଲୋକଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରଖି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ବିଶେଷ ଉପକୃତ ହୋଇ ପାରିବେ । ଖାଦ୍ୟ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଶତ୍ରୁମାନଙ୍କ ଉପରେ ନଜର ରଖିଲେ ପରାଜୟ କରି ପାରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

କର୍କଟ:-

ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହି ପାରନ୍ତି । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ । ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ପରୀକ୍ଷା ଓ ସାକ୍ଷାତକାରରେ ମନୋକାମନା ପୂରଣ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଶିକ୍ଷାକ୍ଷେତ୍ରରେ ସୌଭାଗ୍ୟଶାଳୀ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନୂତନ ଯୋଜନା ପ୍ରସ୍ତୁତ କରି ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ନୂଆ ନୂଆ ଉପାୟ ଚିନ୍ତା କରିବେ । ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ବ୍ୟବସାୟୀକ ସ୍ଥିତି ଉନ୍ନତି ହେବା ଫଳରେ ଅତ୍ୟନ୍ତ ଲାଭବାନ ହେବେ । ଅଧା ହୋଇ ପଡ଼ିଥିବା କାର୍ଯ୍ୟ ଧିରେ ଧିରେ ପୂର୍ଣ୍ଣ କରିବାର ଯୋଜନା ପ୍ରସ୍ତୁତ କରିବେ । ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଶାରିରୀକ ସୁସ୍ଥତା ଦେଖା ଦେବ । ଆକସ୍ମିକ ଧନ ଲାଭ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବା ସହ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ । ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ବିରାଟ ଯୋଜନାର ସଂକଳ୍ପ ନେବେ ଓ ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବନ୍ଧୁ, ମିତ୍ର ଓ ସହକର୍ମୀଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!