ଦୈନିକ ରାଶିଫଳ: ୨୬ ନଭେମ୍ବର ୨୦୧୮। ମହାଦେବ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଲୋକଙ୍କର ହେବ ଭାଗ୍ୟ ପରିବର୍ତ୍ତନ 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୬ ନଭେମ୍ବର ୨୦୧୮। ମହାଦେବ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ଲୋକଙ୍କର ହେବ ଭାଗ୍ୟ ପରିବର୍ତ୍ତନ

ମେଷ:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନବୃଦ୍ଧି ସହ କୃତକାର୍ଯ୍ୟ ହେବେ। ମହିଳା ମାନଙ୍କର ଉଚ୍ଚଆଶା ସଫଳ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ସୁଖ ସମୃଦ୍ଧି ବୃଦ୍ଧି ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ।  ମାନସିକ ଏକାଗ୍ରତା ବଜାୟ ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପ୍ରଗତିର ପାଦକୁ ନିମ୍ନବର୍ଗୀୟ ଲୋକେ ଭିଡି ଧରିବେ। ଏହି ପରିପ୍ରେକ୍ଷୀରେ ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇପଡିବ।ବ୍ୟବସାୟରେ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବିଦ୍ୟାର୍ଥୀମାନେ ସଂଘର୍ଷରତ ହେବେ। ମହିଳାମାନେ ମାନେ ଅଧିକ ଲାଭ ପାଇ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କୃଷିଜିବୀମାନଙ୍କୁ ସରକାରୀ ସାହାଯ୍ୟ ମିଳିପାରେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ। କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ବିକାଶ ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କନ୍ୟା:-

ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ। ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ଆଶାତୀତ ଲାଭ ପାଇବେ। ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ତୁଳା:-

ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ। ଛାତ୍ର ଛାତ୍ରୀ ମାନେ ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିବ। କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ସୁଖ ସମ୍ପଦ ପ୍ରାପ୍ତି ଓ ବ୍ରତ, ଉପାସନାରେ ବ୍ରତୀ ହେବେ। ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁପ୍ରଭାବ ପଡିବ। କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହୋଇ କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ମହିଳାମାନେ ସୁଯୋଗ ପାଇ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଘରୋଇ କର୍ମଚାରୀମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ।

ଧନୁ:-

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଚାକିରୀଜୀବିମାନଙ୍କର ପରିବର୍ତ୍ତନର ଝଲକ ଦୃଶ୍ୟହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର:- ଗ୍ରାମ ଦେବତୀଙ୍କୁ  ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ।

ମକର :-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ। ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

କୁମ୍ଭ :-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପ୍ରତିଦ୍ୱନ୍ଦିତା ପରୀକ୍ଷା ରେ ସଫଳତା ଲାଭ କରିବେ। ବନ୍ଧୁ ମିତ୍ରମାନେ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ। ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ। ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ମୀନ :-

ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ ଓ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!