ଦୈନିକ ରାଶିଫଳ: 26 ନଭେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୨୬ତାରିଖ, ଗୁରୁବାର, ବିଛାମାସ ୧୧ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୬ମିନିଟ୍ ରୁ ୭ଟା ୩୨ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ରାତ୍ର ୯ଟା ୨୨ମିନିଟ୍। ପର୍ବଦିନ- ତୁଳସୀ ବିବାହ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ କଷ୍ଟ ଦୂରେଇ ଯିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇ ମାନସିକ ଶାନ୍ତି ଅନୁଭବ କରିବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ପଢ଼ାପଢ଼ିରେ ମନଦେଇ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ଯୌଥ ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ ଘଟଣାରେ ପରିବର୍ତ୍ତନ ଦେଖାଦେବ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କର୍କଟ:-

ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବନ୍ଧୁ, ମିତ୍ର ଓ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକସ୍ଥିତି ସୁଧୁରିବ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନଙ୍କର କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ସିଂହ:-

ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆଧ୍ୟାତ୍ମିକ ବା ଧର୍ମ କାର୍ଯ୍ୟରେ ଲିପ୍ତ ରହିଲେ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଆର୍ଥିକସ୍ଥିତିରେ ସୁଧାର ଆଣିବାକୁ ଚେଷ୍ଟା କରିବେ। ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ପରିବାରରେ ହସଖୁଶିର ବାତାବରଣ ସୃଷ୍ଟି କରିବେ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ବାଣିଜ୍ୟ କ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ସ୍ୱାସ୍ଥ୍ୟ ଠିକ୍ ରହି ସମସ୍ତ ଚିନ୍ତା ଦୂର ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ। ପରୀକ୍ଷା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ବଢିବ। ଶତୃ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ କିଛି ଆଦାୟ ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ମାତାପିତା ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-

ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। କୃଷିଜାତ ଦ୍ରବ୍ୟ ଓ ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ। ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ। ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆଧ୍ୟାତ୍ମିକ କାର୍ଯ୍ୟର ଆୟୋଜନ ମଧ୍ୟ କରେଇବେ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମୀନ:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!