ଦୈନିକ ରାଶିଫଳ: 26 ନଭେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୨୬ତାରିଖ, ଶନିବାର, ବିଛାମାସ ୧୧ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ମୂଳାନକ୍ଷତ୍ର ଦିବା ୨ଟା ୫୮ମିନିଟ୍ ପରେ ପୂର୍ବାଷାଢା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର। ଶୂଳ ଯୋଗ। ତୈତିଳ କରଣ ସକାଳ ୯ଟା ୧ମିନିଟ୍ ପରେ ଗର କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ମୂଳା ନ ଖାଇଲେ ଭଲ। ଯୋଗିନୀ- ଆଗ୍ନେୟେ ସନ୍ଧ୍ୟା ୭ଟା ୨୮ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୬ଟା ୫ମିନିଟ୍ ରୁ ୭ଟା ୨୭ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୧୭ମିନିଟ୍, ଦିବା ୩ଟା ୪୦ମିନିଟ୍ ରୁ ସନ୍ଧ୍ୟା ୬ଟା ୪୦ମିନିଟ୍, ରାତ୍ର ୪ଟା ୨୮ମିନିଟ୍ ରୁ ୬ଟା ୬ମିନିଟ୍। ଶୁଭସମୟ- ସକାଳ ୭ଟା ୩୩ମିନିଟ୍ ରୁ ୮ଟା ୪୮ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୧୨ଟା ୫୪ମିନିଟ୍, ଦିବା ୨ଟା ୧୮ମିନିଟ୍ ରୁ ୨ଟା ୪୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୩୯ମିନିଟ୍, ରାତ୍ର ୨ଟା ୩୮ମିନିଟ୍ ରୁ ୩ଟା ୨୮ମିନିଟ୍। ପର୍ବଦିନ- ରମ୍ଭା ତୃତୀୟା, ରମ୍ଭା ବ୍ରତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ଅଧିକ ଲାଭ କରିବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ଅଳ୍ପରେ ସନ୍ତୁଷ୍ଟ ହେବେ। କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ। କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ସରକାରୀ କାମରେ ସଫଳତା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ସୁଖଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି ମିଳିବାସହ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ବିଫଳ ହେବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଦେବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଅପଦସ୍ତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପରୀକ୍ଷାପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ପାଇବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରନ୍ତୁ। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ଆର୍ଥିକ ଅନାଟନ ସମସ୍ୟା ଦେଖାଦେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବିଦେଶ ଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ମାନସିକ ଏକାଗ୍ରତା ବଜାୟରଖି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃ ବୃଦ୍ଧି ହୋଇ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ପାରନ୍ତି। ବାଦବିବାଦଠାରୁ ଦୂରେଇ ରହିବା ଉଚିତ୍। ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହୋଇପାରେ। ଗୃହୋପକରଣ କ୍ରୟ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। କର୍ମପ୍ରତି ହତୋତ୍ସାହ ହେବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଉଚ୍ଚଆଶା ପୂରଣ ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!