ଦୈନିକ ରାଶିଫଳ: 26 ଅକ୍ଟୋବର 2022, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ଆର୍ଥିକ ସମସ୍ୟାରୁ ମିଳିବ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୨୬ତାରିଖ, ବୁଧବାର, ତୁଳାମାସ ୧୦ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ପ୍ରତିପଦ ତିଥି ଦିବା ୨ଟା ୪୨ମିନିଟ୍ ପରେ ଦ୍ଵିତୀୟାତିଥି, ସ୍ଵାତୀ ନକ୍ଷତ୍ର ଦିବା ୧ଟା ୨୩ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ଦିବା ୧୦ଟା ୭ମିନିଟ୍ ପରେ ଆୟୁଷ୍ମାନ ଯୋଗ । ବବ କରଣ ଦିବା ୨ଟା ୪୨ମିନିଟ୍ ପରେ ବାଳବ କରଣ । କର୍କଟ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ ଦିବା ୨ଟା ୪୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୨ଟା ୪୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵିତୀୟାର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୩୦ମିନିଟ୍ ରୁ ଦିବା ୧୨ଟା ୫୫ମିନିଟ୍, ରାତ୍ରି ୨ଟା ୩୯ମିନିଟ୍ ରୁ ୪ଟା ୧୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୮ଟା ୪ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୩ଟା ୪୦ମିନିଟ୍, ସନ୍ଧ୍ୟା ୬ଟା ୩ମିନିଟ୍ ରୁ ୬ଟା ୫୨ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୨ଟା ୩୮ମିନିଟ୍, ରାତ୍ର ୪ଟା ୧୫ମିନିଟ୍ ରୁ ୫ଟା ୪୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ ଓ ଆମଦାନୀ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଦକ୍ଷତା ହେତୁ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ବିଶେଷ ଲାଭାନ୍ୱିତ ହେବେ । ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ । ଖେଳରେ ବିଜୟୀ ହେବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁ ଭେଟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଦୁଃଖୀ ଲୋକଙ୍କୁ ସାହାରାହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ । କର୍ମକ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ କର୍ମରେ ସ୍ଥିରତା ଆସିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ରାଜନୀତିରେ ନିଜଲୋକମାନେ ଓ ସହକର୍ମୀ ମାନେ ପ୍ରସଂଶା କରିବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ । ଖେଳରେ ବିଜୟୀ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

କୁମ୍ଭ:-ଅଧିକାରୀ କାମରେ ପ୍ରସନ୍ନ ରହିବେ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ । ସରକାରୀ କାମରେ ସଫଳତା ପାଇବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!