ଦୈନିକ ରାଶିଫଳ: ୨୬ ଅକ୍ଟୋବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ହେବ କର୍ମ ଓ ବ୍ୟବସାୟରେ ପ୍ରବଳ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଶାରୀରିକ କଷ୍ଟ ଦୂର ହେବ। ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି। ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ। ପ୍ରେମୀପ୍ରେମିକାଙ୍କର ଅଧୁରା କାର୍ଯ୍ୟ ପୂରଣ ହେବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ନୂଆ ଚାକିରୀ ହେବାର ସୁଯୋଗ ମିଳିବ ଓ ନୂଆ ଜ୍ଞାନର ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ଆୟ ସାମାନ୍ୟ ହେବ। ପିତା ମାତାଙ୍କର ଶରୀର ସୁସ୍ଥ ରହିବ କିନ୍ତୁ  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ମହିଳାମାନଙ୍କର ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବା ସହ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ବ୍ୟବସାୟରେ ବନ୍ଧୁମାନେ ବିଶ୍ୱାସ ଘାତକତା କରି ପାରନ୍ତି। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବାଧା ଉପୁଜିପାରେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରା କରି ମନ ଖୁସି ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।  

କର୍କଟ:-

ନୂତନ ବ୍ୟବସାୟ ଆରମ୍ଭ କଲେ ବ୍ୟବସାୟରେ  ପ୍ରଚୁର ଲାଭ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ। ସନ୍ତାନମାନଙ୍କ ପାଇଁ ମାନସିକ ଚିନ୍ତା ଦୂର ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ନୂଆ ନିଯୁକ୍ତି ଯୋଗ ଅଛି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ ସଂସ୍ଥାର ଆୟୋଜନ ନକରିବା ଉଚିତ୍। ରାଜନୀତିରେ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି।  ପ୍ରତିକାର-ଭୋକିଲା ଲୋକକୁ ନିରାଶ କରିବେ ନାହିଁ। 

ତୁଳା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ପ୍ରଶଂସିତ ହେବେ। ନୂଆ କାମ ନୂଆ ପ୍ରେରଣା ଦେବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ। ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ। ହରାଇଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ ଓ ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ। ଅଧାଥିବା କାର୍ଯ୍ୟ ପୂରଣ ହେବ। ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିପାରନ୍ତି। ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ। ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମୀନ:-

ସଫଳତା, ଆୟବୃଦ୍ଧି, ଋଣମୁକ୍ତି ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ସହ ଲାଭର ପରିମାଣ ଅଧିକ ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ପାରିବାରିକ ସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ। ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!