ଦୈନିକ ରାଶିଫଳ: 26 ଅକ୍ଟୋବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୨୬ ତାରିଖ, ସୋମବାର, ତୁଳା ମାସ ୧୦ ଦିନ, ଶୁଦ୍ଧ ଆଶ୍ଵିନମାସ, ଶୁକ୍ଳପକ୍ଷ, ଦଶମୀତିଥି, ସକାଳ ୯ଟା ଗତେ ଏକାଦଶୀ ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ମିଥୁନ, ମୀନ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ, ସକାଳ ୯ଟା ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୮ଟା ୫୨ମିନିଟ୍ ରୁ ୧୧ଟା ୬ମିନିଟ୍, ରାତ୍ର ୭ଟା ୪୪ମିନିଟ୍ ରୁ ୯ଟା ୫୫ମିନିଟ୍। ପର୍ବଦିନ- ବଙ୍ଗୀୟ ମତେ ମୃଣ୍ମୟୀ ଦେବୀଙ୍କ ଦଶହରା ପର୍ବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ।  ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମିଥୁନ:-

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପାରିବାରିକ ସମସ୍ୟା ସୁଧାରି ନେଇ ପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ରାଜନୀତିରେ ବିଶେଷ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦର ସମାଧାନ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ଶୁଭକାମ କରି ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କଲେ ସୁଖ ଶାନ୍ତିରେ ଦିନ କଟାଇବେ। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। କର୍ମକ୍ଷେତ୍ରରେ ସହଯୋଗ, ପ୍ରେରଣା ପାଇ ସମ୍ମାନ ଲାଭ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବା ଫଳରେ ମନ ଶାନ୍ତିହେବ।। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି। ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟ କ୍ଷେତ୍ରରୁ ମନ ମୁତାବକ ଲାଭପ୍ରାପ୍ତି ହେବ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ସ୍ଥିର ହେବ।  କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ। ଅନେକ ସମସ୍ୟା ସହଜରେ ସମାଧାନ ହୋଇଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ସାମାଜିକ ପତିଆରା ଅମଳିନ ରହିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!