ସାପ୍ତାହିକ ରାଶିଫଳ: ଅକ୍ଟୋବର ୨୬ ତାରିଖ ରୁ ନଭେମ୍ବର ୦୧ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଜନସମ୍ପର୍କ ସୁଦୃଢ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରନ୍ତି। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ସିଂହ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ଓ ବଡନେତାଙ୍କୁ ସନ୍ତୁଷ୍ଟ କରି ସୁଖ ଶାନ୍ତିରେ ଦିନ କଟାଇବେ। ଜନ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ବ୍ୟବସାୟ କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ଓ କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବଢିବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ।  ପ୍ରତିକାର:- ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

ମୀନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କଠାରୁ ସହଯୋଗ ପାଇବେ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।  ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଗୃହସମସ୍ୟାକୁ ସମାଧାନ କରି  ଧନ ସମ୍ପତିକୁ ଆୟତ୍ତ କରିପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!