ଦୈନିକ ରାଶିଫଳ: 26 ସେପ୍ଟେମ୍ବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୨୬ ତାରିଖ, ଶନିବାର, କନ୍ୟା ମାସ ୧୧ ଦିନ, ମଳ ଆଶ୍ଵିନମାସ, ଶୁକ୍ଳପକ୍ଷ, ଦଶମୀତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୧୬ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୨ଟା ୨ମିନିଟ୍ ରୁ ୧ଟା ୬ମିନିଟ୍, ଦିବା ୨ଟା ୩୭ମିନିଟ୍ ରୁ ୩ଟା ୧୧ମିନିଟ୍, ଦିବା ୪ଟା ୧ମିନିଟ୍ ରୁ ୪ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତା ଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା। ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ କରିବେ। କର୍ମକ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନଙ୍କର ସମର୍ଥନ ଏବଂ ସୁଖ ସମ୍ପଦ ପ୍ରାପ୍ତି ହେବ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଧୀରସ୍ଥିର ଭାବରେ ଆଗେଇନେବେ। ପାରିବାରିକ ସମସ୍ୟାକୁ ସୁଧାରି ନେଇ ପ୍ରଶଂସିତ ହେବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଯଥେଷ୍ଟ ଅଗ୍ରଗତି ଘଟିବ ଓ ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ସୁଖ ସମ୍ପଦ ପ୍ରାପ୍ତି ହେବ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ହାତଖାଲି ହେବା ବେଳକୁ ଦୈବୀ ସହାୟତା ତଥା କର୍ମଯୋଗ ଦ୍ଵାରା ଖାଲି ହାତ ପୁଣି ଭରି ହୋଇଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ସିଂହ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ କୌଣସି ଆୟୋଜନ କରେଇବେ ଓ ମାନପ୍ରତିଷ୍ଠା ବଢିବ। ଧର୍ମ-କର୍ମରେ ରୁଚି ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବ୍ୟବସାୟ କ୍ଷେତ୍ରରେ ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। କର୍ମ ସ୍ଥଳରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହିପାରିବେ। ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ରାଜନୈତିକ କ୍ଷେତ୍ରର ସୁଖଶାନ୍ତି ଫେରି ଆସିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ସହିତ ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ଧନୁ:-

ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ଧର୍ମକର୍ମରେ ରୁଚି ରହିବ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ ସୁଖ ଶାନ୍ତିରେ ଦିନ କଟାଇବେ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରି ପାରିବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମ କ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!