ସାପ୍ତାହିକ ରାଶିଫଳ: ୨୬ ନଭେମ୍ବର ରୁ ୨ ଡିସେମ୍ବର। ମାର୍ଗଶିର ମାସର ଏହି ପ୍ରଥମ ସପ୍ତାହରେ ମା ଲକ୍ଷ୍ମୀ ସମସ୍ତ ରାଶି ଉପରେ ହୋଇଛନ୍ତି ପ୍ରଶନ୍ନ  

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୨୬ ନଭେମ୍ବର ରୁ ୨ ଡିସେମ୍ବର। ମାର୍ଗଶିର ମାସର ଏହି ପ୍ରଥମ ସପ୍ତାହରେ ମା ଲକ୍ଷ୍ମୀ ସମସ୍ତ ରାଶି ଉପରେ ହୋଇଛନ୍ତି ପ୍ରଶନ୍ନ

ମେଷ:-

ଏ ସପ୍ତାହରେ ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ଚିନ୍ତାଦୂର ହୋଇଯିବ। ବ୍ୟବସାୟ କରୁଥିଲେ ଲାଭ ଲାଗି ରହିବ। ବୁଡ଼ିଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନହେବ। ମହତ୍ ଉଦେଶ୍ୟ ନେଇ ଉଚ୍ଚଆକାଂକ୍ଷାରେ ବିଦେଶଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବାସହ ଅଭିଳାଷପୂର୍ଣ୍ଣ ହେବ। ବିଦ୍ୟାର୍ଥୀମାନେ ଶିକ୍ଷାକ୍ଷେତ୍ରରେ ଆଶାନୁରୂପ ଫଳପାଇବେ ବାରମ୍ବାର ମନଉଚ୍ଚାଟ ରହିବ। ଅନେକଅର୍ଥ ପାରିବାରିକକ୍ଷେତ୍ରରେ ଆତ୍ମୀୟମାନଙ୍କର ଉପଚାର ରୋଗ ନିବୃତ୍ତି ପାଇଁ ଖର୍ଚ୍ଚହୋଇଯିବ।  ଇଲେକ୍ଟ୍ରୀ, ଇଲେକଟ୍ରୋନିକସ୍, ଠିକାଦାରୀ, ଧାତୁ ବ୍ୟବସାୟୀ, ଔଷଧ ଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନହେବେ।ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଆସିବ।  ସରକାରୀକର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ  ଏବଂ ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ। କର୍ମସନ୍ଧିତ୍ସୁ ମାନେ ବିଳମ୍ବରେ କର୍ମ ନିଯୁକ୍ତି ପାଇବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭକରିବେ। ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ଶୁଭ ଫଳ ପାଇବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପରିବାରରେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବା  ପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର:- ମାଦକଦ୍ରବ୍ୟ ବ୍ୟବହାର କରନ୍ତୁନାହିଁ।

ମିଥୁନ :-

ଏ ସପ୍ତାହରେ ପଶୁ ସମ୍ପଦ, ଧନ ସମ୍ପତିରେ ଘର ହସି ଉଠିବ। ଶିକ୍ଷୟତ୍ରୀ, ସିଲାଇକାରିଣୀ, ଲେଖିକା, ସମାଜ ସେବିକା ଓ ରାଜନୀତିରେ କର୍ମରତ ଥିବା ମହିଳାମାନେ ସ୍ଵନାମ ଅର୍ଜନ କରିପାରିବେ। ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଧନାଢ଼୍ୟବ୍ୟକ୍ତି, ପ୍ରତିଷ୍ଠାବାନ ବ୍ୟକ୍ତି ଓ ବରିଷ୍ଠବ୍ୟକ୍ତିଙ୍କ ସହ ସମ୍ପର୍କସ୍ଥାପନ ଫଳରେ ବିଶେଷ ଉପକୃତହେବେ। ପିତାମାତାଙ୍କର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ। ସନ୍ତାନ ସନ୍ତତିଙ୍କ କାର୍ଯ୍ୟକଳାପରେ ଖୁସିହେବେ। ଶିକ୍ଷା ସଦ୍ଗୁଣ, ଆଜ୍ଞାପାଳନ, ମହତ୍ତ୍ୱାକାଂକ୍ଷା ଦେଖି ଆନନ୍ଦ ଅନୁଭବ କରିବେ। ଦାମ୍ପତ୍ୟଜୀବନ ଅପେକ୍ଷାକୃତ ସୁଖଦ ଓ ଆନନ୍ଦିତହେବ। ରାଜନୈତିକ ବ୍ୟକ୍ତିମାନେ ସତର୍କତାସହ କାର୍ଯ୍ୟ ନକଲେ ବିରୋଧୀମାନେ ବିପଦରେ ପକେଇବାକୁ ଚେଷ୍ଟାକରିବେ। ସାଙ୍ଗଠନିକ କାର୍ଯ୍ୟରେ ଶତ୍ରୁମାନେ କୁତ୍ସାରଟନା କରିବେ। ଧର୍ମାନୁଷ୍ଠାନରେ ଦାନ ଧର୍ମ କରିବାଫଳରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧିପାଇବ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ :-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। ବ୍ୟବସାୟୀକ ହିସାବପତ୍ର ସହ ଭଲଭାବରେ ଜଗାରଖା କରିବା ଦ୍ୱାରା ବିଶେଷ ଲାଭବାନ୍ ହେବେ। କଳକାରଖାନା, କୋଇଲା ଖଣି, ରେଳ ବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରିବା ଫଳରେ କର୍ମୋନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ। ଆକସ୍ମିକ ଭାବରେ କୌଣସି ଅବାଞ୍ଛିତ ସୂତ୍ରରୁ ମୋଟା ଅର୍ଥ ମିଳିଯିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ।  ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ଆର୍ଥିକଚିନ୍ତା ଦୂର ହୋଇଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ। ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ମହିଳାମାନେ ପରିବାରକୁ ସଜାଡ଼ି ନେବେ। ବାଦ ବିବାଦ ପ୍ରତିଯୋଗୀତା, ପରୀକ୍ଷା, ଖେଳ, ରାଜନୀତି ଓ ମାଲିମକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଏ ସପ୍ତାହରେ ଆତ୍ମବିଶ୍ଵାସ ଦ୍ଵାରା ଅନ୍ୟ ଉପରେ ପ୍ରାଧାନ୍ୟ ବିସ୍ତାର କରିପାରିବେ। କୌଣସିଥିରେ ଅଭିମାନ ନଥାଇ ସନ୍ତାନମାନେ ସୁନାମ ଅର୍ଜନ କରିବେ। ଦାମ୍ପତ୍ୟ ଜୀବନରେ ବିଶେଷ ସୁଖ ପ୍ରାପ୍ତି ହେବ। ଋଣଭାରରୁ ମୁକ୍ତି ପାଇବେ। ଶତୃମାନେ ମୁଣ୍ଡ ଟେକିବାକୁ ସାହସ କରିବେ ନାହିଁ। ନୂତନ କାର୍ଯ୍ୟାରମ୍ଭ କଲେ କାର୍ଯ୍ୟପୂରଣ କରିପାରିବେ। ରାଜକର୍ମଚାରୀ ହୋଇଥିଲେ ଅନେକ ସୁବିଧା ସୁଯୋଗ ପାଇବେ। କର୍ମଜୀବିନୀମାନେ ଘର ଅପେକ୍ଷା  କର୍ମକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ। ଅକସ୍ମାତ ଭୂମିଲାଭ ଯୋଗ ମଧ୍ୟ ଘଟିବ। ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି  ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ଓ ଆଶା କରୁଥିବା ଫଳ ପାଇ ପାରିବେ। ପଢାପଢିରେ ମନ  ଲାଗି ରହିବ । ପ୍ରତିକାର : ବୃଦ୍ଧ ବୃଦ୍ଧାଙ୍କର ସେବା କରନ୍ତୁ।  

ତୁଳା:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି  ହେବ। ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ।  ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ବ୍ୟବସାୟର ସ୍ଥିତି ସୁଧୁରିବ। ନିଜ ପରିଶ୍ରମରୁ ଲାଭ ମିଳିବ। କର୍ମକ୍ଷେତ୍ରରେ  ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ଶରୀର ଅସୁସ୍ଥ ରହିବ।  ଛାତ୍ର ଓ ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର : କାହାରିଠାରୁ ମାଗଣା କୌଣସି ଦ୍ରବ୍ୟ ଗ୍ରହଣ କରିବେ ନାହିଁ।

ଧନୁ:-

ଏ ସପ୍ତାହରେ ପଢିବା, ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ସମସ୍ତ ବାଧାକୁ ଆଡେଇଦେଇ ଆଗକୁ ବଢି ପାରିବେ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁଙ୍କ ଆଗମନ ହେବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ। ଆପଣଙ୍କୁ ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ। କାମ-କାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ମେଣ୍ଟିଯିବ। ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। କୌଣସି ଶୁଭ ସମାଚାର ଶୁଣିବାକୁ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ଚିନ୍ତା ବୃଦ୍ଧି ହେବ। ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ମକର :-

ଏ ସପ୍ତାହରେ ବାକି ରହିଥିବା କାର୍ଯ୍ୟରେ ସଫଳତା ମିଳିବ ତେଣୁ ମନରେ ସନ୍ତୁଷ୍ଟି ଆସିବ। ମନୋରଞ୍ଜନ ଓ ହସ-ଖୁସିରେ ଦିନ କାଟିବେ। ରାଜନୀତିରେ ପଦୋନ୍ନତି, ଯଶ-ପ୍ରତିଷ୍ଠା, ମାନ-ସମ୍ମାନ ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ତାହା ସଫଳ ହେବ। ପିଲାମାନଙ୍କ ଚାଲି ଚଳନରେ ପରିବର୍ତ୍ତନରେ ପ୍ରସନ୍ନ ରହିବେ। ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ବନ୍ଧୁ ଓ ପଡୋଶୀଙ୍କ ସହିତ ଭେଟ-ମିଳନ ହେବ ଓ ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ ଉପହାର ମିଳିବ। ଅନେକ କାର୍ଯ୍ୟରେ ସମ୍ପୃକ୍ତ ହେବେ, ଯାହାକି ଗୃହସ୍ଥି ଏବଂ ଚାକିରୀକ୍ଷେତ୍ରରେ ହୋଇପାରେ। ସଂକ୍ଷେପରେ କହିବାକୁ ଗଲେ କର୍ମ କ୍ଷେତ୍ରରେ ପଦୋନ୍ନତି ମିଳିବାର ରାସ୍ତା ସଫା ହୋଇଯିବ। ଘର ବା କାର୍ଯ୍ୟଳୟ ପରିବର୍ତ୍ତନ କରିପାରନ୍ତି। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ :-

ଏ ସପ୍ତାହରେ ପ୍ରେମ-ପ୍ରସଙ୍ଗ ବା ଗୁପ୍ତ ବନ୍ଧୁ ବାହାରକୁ ପ୍ରକାଶ ହେବ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ବିଶେଷକରି ବିଦ୍ୟାର୍ଥୀ-ମାନଙ୍କପାଇଁ ଏହାଏକ ସୁବର୍ଣ୍ଣସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ଜ୍ୟୋତିଷ, ଧାର୍ମିକଶାସ୍ତ୍ର, ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ରାଜନିତୀକ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କୁ ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମୀନ :-

ଏ ସପ୍ତାହରେ ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ସଫଳତା ଅର୍ଜନ କରିବାସହ  ଦୂରଯାତ୍ରାର ସୁଯୋଗ ପାଇବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରିବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ଏବଂ ସୁଖ ସମୃଦ୍ଧି ବୃଦ୍ଧି ହେବାସହ  ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଯୁବକ-ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!