ଦୈନିକ ରାଶିଫଳ: ୨୭ ଏପ୍ରିଲ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ହବେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୨୭ତାରିଖ, ସୋମବାର, ମେଷ ମାସ ୧୫ ଦିନ, ବୈଶାଖ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୫ଟା ୨୪ମିନିଟ୍ ରୁ ୬ଟା ୫୮ମିନିଟ୍, ଦିବା ୧୦ଟା ୨୯ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୩୦ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ। ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହି କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରି ପାରନ୍ତି। ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରି ଆଶାତୀତ ଲାଭ ପାଇବେ। ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।  ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା ପାଇ ପାରନ୍ତି। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ଆଶୀର୍ବାଦ ମିଳିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ। ଗୁରୁଗୁରୁଜନଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ। ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ପୂର୍ଣ୍ଣ ସଫଳତା ପ୍ରାପ୍ତ ହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସମାଜ ସେବା ଫଳରେ ସ୍ଵନାମ ଅର୍ଜନ କରି ପାରିବେ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରି ପାରିବେ ନାହିଁ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ ନତୁବା କଷ୍ଟ ସହିବାକୁ ପଡିବ।ଘରୁ ନବାହାରିବା ଭଲ। ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କାମକାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେଇ ପାରନ୍ତି। ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକ ସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବା ଫଳରେ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ।ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ପତିଆରା ଅମଳିନ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ପନିପରିବା ବ୍ୟବସାୟୀମାନେ ବିଶେଷ ଲାଭାନ୍ଵିତ ହେବେ। ଭାତୃ ବିବାଦ ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ। ରାଜନୀତିରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ କରି କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହୋଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶାରୀରିକ କଷ୍ଟ ଦୂର ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇ ଯାଇ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଅପ୍ରିୟ ସତ୍ୟ ପ୍ରକାଶ କରି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!