ଦୈନିକ ରାଶିଫଳ: 27 ଏପ୍ରିଲ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୨୭ତାରିଖ, ମଙ୍ଗଳବାର, ମେଷମାସ ୧୪ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ସକାଳ ୯ଟା ୨ମିନିଟ୍ ଗତେ କ୍ଷୟ ପ୍ରତିପଦାତିଥି, ସ୍ଵାତୀନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ଆମିଷ, ତୈଳ ନ ଖାଇଲେ ଭଲ, ସକାଳ ୯ଟା ୨ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୩୫ ମିନିଟ୍ ରୁ ୧୦ଟା୨୭ ମିନିଟ୍ ,ଦିବା ୧ଟା୧ ମିନିଟ୍ ରୁ ୧ଟା ୧୮ ମିନିଟ୍, ଦିବା ୪ଟା ୩୦ ମିନିଟ୍ ରୁ ୫ଟା ୧୩ମିନିଟ୍, ରାତ୍ରି ୬ଟା ୫ ମିନିଟ୍ ରୁ ୬ଟା ୪୯ ମିନିଟ୍, ରାତ୍ରି ୯ଟା ୬ ମିନିଟ୍ ରୁ, ୧୧ଟା୨୦ ମିନିଟ୍, ରାତ୍ରି ୧ଟା ୩୮ ମିନିଟ୍ ରୁ ୩ଟା ୬ ମିନିଟ୍ । ପର୍ବଦିନ- ଚୈତ୍ରପୂର୍ଣ୍ଣିମା, ଚଇତିପର୍ବ, ନାବପୂଜା, ସଙ୍କଟତାରିଣୀବ୍ରତ, ମଙ୍ଗଳପୂର୍ଣ୍ଣିମା, ମା ମଙ୍ଗଳାଙ୍କର ଝାମୁଯାତ୍ରା ଓ ତାରାତାରିଣୀଙ୍କ ଚୈତ୍ରମଙ୍ଗଳବାର ଯାତ୍ରା ଶେଷ । ବୈଶାଖ ବ୍ରତାରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ସହଜରେ ପାଇ ପାରନ୍ତି । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ବୃଷ:-

ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧିହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ ଓ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-

ସନ୍ତାନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ନିଜଲୋକ ମନମୋଟିଆ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ପ୍ରତିକାର- କମଳାରଙ୍ଗରବସ୍ତ୍ର ପରିଧାନ କରନ୍ତୁ । ନତୁବା କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-

ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଜନ କଲ୍ୟାଣକାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଅଧ୍ୟଯନ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ । ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ କଷ୍ଟ ସ୍ୱୀକାର କରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପଦୋନ୍ନତିର ସୂଚନା ପାଇ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-

ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି, ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହୋଇ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ୱାରା ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ସଭାସମିତି, ସାହିତ୍ୟ ଓ କଳା କ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପରେ । ପିଲାମାନଙ୍କ କାର୍ଯ୍ୟକଳାପ ପାଇଁ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!