ଦୈନିକ ରାଶିଫଳ: 27 ଏପ୍ରିଲ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୨୭ ତାରିଖ, ବୁଧବାର, ମେଷମାସ୧୪ ଦିନ, ବୈଶାଖମାସ କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର, ସନ୍ଧ୍ୟା ୫ ଟା ୫ମିନିଟ୍ ପରେ ଉତ୍ତରଭାଦ୍ରପଦ ନକ୍ଷତ୍ର, ଦିବା ୧୧ଟା ୧ମିନିଟ୍ ପରେ ମୀନ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ସନ୍ଧ୍ୟା ୫ ଟା ୩୫ମିନିଟ୍ ପରେ ବୈଧୃତି ଯୋଗ । କୌଳବ କରଣ ଦିବା ୧୨ଟା ୩୩ମିନିଟ୍ ପରେ ତୈତିଳ କରଣ । କର୍କଟ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର ଦିବା ୧୧ଟା ୧ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ରାତ୍ରି ୧୨ଟା ୨୪ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୪ମିନିଟ୍ ରୁ ଦିବା ୧୦ଟା ୯ମିନିଟ୍, ଦିବା ୧୧ଟା ୪୪ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍, ରାତ୍ରି ୨ଟା ୩୩ମିନିଟ୍ ରୁ ୩ଟା ୫୮ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୫ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୧୦ମିନିଟ୍ ରୁ ୧୧ଟା ୧୮ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୩ମିନିଟ୍, ସନ୍ଧ୍ୟା ୬ଟା ୫୧ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ରାତ୍ର ୨ଟା ୩୨ମିନିଟ୍, ରାତ୍ର ୩ଟା ୫୯ମିନିଟ୍ ରୁ ୫ଟା ୨୨ମିନିଟ୍ ।

ମେଷ:-ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ । ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ସାମାଜିକ ପତିଆରା ଅମଳିନ ରହିବ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ତୀର୍ଥାଟନ ଯାତ୍ରା କରିବାକୁ ବାଧ୍ୟ ହେବେ । ଆୟ ଉପାର୍ଜନରେ ବାଧା ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଦୂରେଇ ଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ବିକ୍ରୟ କରିବାର ସୁଯୋଗ ପାଇବେ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତି ଓ ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ । ଫଲ୍ୟ ହେବେ ଏବଂ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ଦେଖାଦେଇ ପାରେ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସହକର୍ମୀଙ୍କ ସହାୟତାରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ । ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ । ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ରାଜନୀତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରଟି ସୁଦୃଢ ହେବା ସହ କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ତୁଳା:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଚ୍ଛା:-କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଦେଖା ଦେଇ ପାରେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଅନ୍ୟର ଉପକାର କରି ପ୍ରଶଂସା ପାଇବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତକାରରେ ଜୟଯୁକ୍ତ ହେବେ ଓ ଆଶା ମୁତାବକ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଦୂରେଇ ଯିବ । ପ୍ରତିକାର- ନୀଳରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ । ବ୍ୟବହାର କୁଶଳତାକୁ ଆଧାରକରୀ ସହକର୍ମୀଙ୍କ ସହାୟତାରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୀତିରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ସ୍ୱାସ୍ଥ୍ୟ, ଅର୍ଥ, କର୍ମକ୍ଷେତ୍ର ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ହୋଇ ନପାରେ । ଗୃହୋପକରଣ କ୍ରୟ କରିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!