ସାପ୍ତାହିକ ରାଶିଫଳ: ଅପ୍ରେଲ ୨୭ ରୁ ମଇ ୦୩, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଯିବ। ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ।  ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂର ସ୍ଥାନକୁ ଯାତ୍ରା କରିବେ। ବ୍ୟବସାୟରେ ଉନ୍ନତି ହେବ। କରଜରମାତ୍ରା ହ୍ରାସ ପାଇବ। ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ।  ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।  ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ।  ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରାକ୍ରମ ପ୍ରତିଷ୍ଠା ମାନ ବୃଦ୍ଧି ହେବ। ବିଶେଷ କରି ବିଦ୍ୟାର୍ଥୀ ମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ। ପ୍ରତିଯୋଗୀ ପରୀକ୍ଷାରେ ପ୍ରଶାସନିକ ସେବାପାଇଁ କରିଥିବା ଶ୍ରମ ଅବଶ୍ୟ ଶୁଭଫଳ ଦେବ। ସରକାରୀ କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ ଏବଂ ଧନଲାଭ କରିବାର ସୁଯୋଗ ପାଇବେ। ଏହି ସମୟରେ ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବାପାଇଁ ସକ୍ଷମ ହେବେ ଏବଂ ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ। ସନ୍ତାଠାରୁ ସୁଖପ୍ରାପ୍ତି ହେବ। ପୁତ୍ରରତ୍ନ ପ୍ରାପ୍ତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ଶତୃମାନେ ତଳମୁହାଁ ହେବେ। ପ୍ରତିକାରପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିରହେବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀ ମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ସହ ଆଶାତୀତ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହି ପାରେ। ପ୍ରତିକାର:-ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ପ୍ରଚୁର ଲାଭ ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ରାଜନୀତିରେ ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ।ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ବ୍ୟବସାୟରେ  ପ୍ରଚୁର ଲାଭ ହେବ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ମାଲିମୋକଦ୍ଦମାରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ସିଧା ଓ ଟାଣୁଆ ଶକ୍ତି ଆର୍ଥିକ ସ୍ଥିତିକୁ ସୁଦୃଢକରି ସ୍ଥିର ହିସାବରେ ଚଳିବାରେ ପ୍ରେରଣା ପ୍ରଦାନ କରିବ। ବକେୟା ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଯଥାର୍ଥ କର୍ମଯୋଗୀ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। କରଜର ମାତ୍ରା ହ୍ରାସ ପାଇବ। ମହିଳାମାନେ ଭୋଗବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ। ରାଜନୀତି କ୍ଷେତ୍ରରେ ନିଜର ଆତ୍ମନିରୀକ୍ଷଣ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। ଉଚ୍ଚଶିକ୍ଷା ପାଇଁ ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ।  ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ।  ବିବାଦୀୟ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ ଓ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ଓ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ। ମାଲିମୋକଦ୍ଦମାରେ ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ବ୍ୟବସାୟକ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସୁଖ, ସମ୍ପତ୍ତି ପ୍ରାପ୍ତି ହେବ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ସୁଖ ଅନୁଭବ କରିବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ। ଉଦ୍ୟମ ଓ ଦୃଢମନରେ  ପରୋପକାର କରିବେ। ପରିବର୍ତ୍ତନଶୀଳ ଭାଗ୍ୟ ନେଇ ଜୀବନ ଶୈଳୀ ଗଢିବେ। ଛାତ୍ର ଛାତ୍ରୀ ମାନେ ବହୁ ଦିଗରୁ ଉପକୃତ  ହେବେ। ବାହ୍ୟ ପ୍ରତିପତ୍ତି ଉଣା ହେବ ନାହି। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ

କୁମ୍ଭ:-

ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଅସନ୍ତୋଷ ମେଣ୍ଟିଯିବ।ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ନୂତନ ଆୟର ପନ୍ଥା ନିର୍ଦ୍ଧାରଣ କରି ପାରିବେ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ।  ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ଗୃହୋପକରଣ କ୍ରୟ କରି ପାରନ୍ତି। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ପଦୋନ୍ନତି ହେବାର ସୂଚନା ପାଇବେ। ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଗସ୍ତ କାର୍ଯ୍ୟ କ୍ରମରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବା ସହ ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ, କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନରେ ଚିତ୍ତପ୍ରସନ୍ନ ଓ କାର୍ଯ୍ୟ ସିଦ୍ଧି ହେବ। ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣ କରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ପ୍ରତିକାରହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!