ଦୈନିକ ରାଶିଫଳ: ୨୭ ଅଗଷ୍ଟ ୨୦୧୮।

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଅଗଷ୍ଟ ୨୦୧୮।

ମେଷ–

ଗୃହସମସ୍ୟା ସମାଧାନ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭ କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ସକ୍ରିୟ ହେବେ। ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ। ବିରୋଧିମାନେ ଦୂରେଇଯିବେ। ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଯାନ ବାହନ ସୁଖ ମିଳିବ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ବିଦ୍ୟା, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ–

ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ର ସୁଦୃଢ଼ ହେବ। ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ। ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି,ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ। ମହିଳାମାନଙ୍କର ଆଶା ପୂରଣ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଦ୍ୟାରେ ଉନ୍ନତି ହେବ। ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ। ପ୍ରତିକାର:- ଠାକୁରାଣୀଙ୍କୁ ଭୋଗଲଗେଇ ବାଣ୍ଟିବେ।

ମିଥୁନ–

ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ରାଜନୀତିରେ ବିରୋଧ, ଖେଳରେ ସତର୍କତା ଅବଲମ୍ବନ କରିବା ଉଚିତ୍। ବଜେଟ୍ ରେ ଗୋଳମାଳ ହେବ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ–

କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଖର୍ଚ୍ଚବଢ଼ିବାଯୋଗେପରିବାରରେ ଅସନ୍ତୋଷ ଦେଖାଦେବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ।  ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ।  କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। କର୍ମରେ ଅସ୍ଥିରତା ଆସିବ। ସାମୟିକ ଚିନ୍ତା ଦୂରହେବ। ମହିଳାମାନେ ପିଲାଙ୍କସହ ଖୁସିରେ ରହିବେ। ନିଜଲୋକମାନେ ଦୂରେଇ ଯିବେ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ସିଂହ–

ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ଶାନ୍ତି ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକସ୍ଥିତି ପୂର୍ବପରି ରହିବ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

କନ୍ୟା–

କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ତୁଳା–

ଦାମ୍ପତ୍ୟଜୀବନ ସୁଖମୟ ହେବ। କାର୍ଯ୍ୟରେ ଅସ୍ଥିରତା ବଢ଼ିବ। ପରିଶ୍ରମ ଦ୍ୱାରା ଲାଭ ପାଇବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ନିକଟକୁ ଯାତ୍ରା କରି ଲାଭବାନ୍ ହେବେ। ବିଦ୍ୟା ଓ ଖେଳରେ ଉନ୍ନତି ହେବ। ଯେତେ କଷ୍ଟ କଲେ ମଧ୍ୟ ଭଲ ଫଳ ପାଇବେ ନାହିଁ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ବାଧ୍ୟ ହେବେ। ମହିଳାମାନେ ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହେବେ। ବିରୋଧିମାନେ ହଇରାଣ କରିବେ। କାର୍ଯ୍ୟ ମଧ୍ୟମ ଧରଣର ହେବ। ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା–

ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ। ଗୃହର ସମସ୍ୟା ଦୂର ହୋଇଯିବ। ଅଟକିଥିବା ଧନଲାଭ ହେବ। ଦିନଚର୍ଯ୍ୟା ସୁଖଦାୟକ ହେବ। ବ୍ୟବସାୟରେ ସଫଳତା ମିଳିବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ରାଜନୀତି, କୃଷି, ବିଦ୍ୟା ଓ ଖେଳରେ ସଫଳ ହେବେ। ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ। ମହତ୍ୱପୂର୍ଣ୍ଣ କାର୍ଯ୍ୟ  ସମ୍ପୂର୍ଣ୍ଣ ହୋଇଯିବ। ଶାରୀରିକ କଷ୍ଟ ଭୋଗିବେ। ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ଆହୁରି ପଢନ୍ତୁ: ପଢନ୍ତୁ ଏହି ୫ ଟି ଗୁପ୍ତ ରହସ୍ୟ! ଯାହା କରିପାରେ ଆପଣଙ୍କୁ ଧନୀ।

ଧନୁ–

ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ବ୍ୟବସାୟରେ ଅଚଳାବସ୍ଥା ସୁଧୁରିଯିବ। କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ। ଜନ ସେବାରେ ପ୍ରଶଂସା ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ନିର୍ମାଣ କାର୍ଯ୍ୟରେ କିଛି ସମୟ ଇଚ୍ଛାକୃତ ତ୍ୟାଗ କରିବେ। ସାମାଜିକ ଉତ୍ସବରେ ଭାଗ ନେବେ । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମକର–

କର୍ମକ୍ଷେତ୍ରରେ ମାନସିକ ଚାପ ବୃଦ୍ଧି ପାଇବ। ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବାକିଥିବା ଅର୍ଥ ଆଦାୟ ହେବ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳ ରେ ପ୍ରଶଂସା, କୃଷିରେ ମନନିବେଶ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟିଯିବ। ପରିବାରରେ ଅର୍ନ୍ତଦ୍ୱନ୍ଦ ସୃଷ୍ଟି ହେବ। ମହିଳାମାନେ ପିଲାଙ୍କ ଆଚରଣରେ ଚିନ୍ତିତ ରହିବେ। ପ୍ରତିକାର ଦ୍ୱାରା ବାଧା ଦୂର ହେବ ଏବଂ ସଫଳତା ମିଳିବ। ନୂଆ ନିଯୁକ୍ତିର ସମ୍ଭାବନା ଅଛି। ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ–

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ଗୃହରୁ ସୁଖମିଳିବ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। କର୍ମକ୍ଷେତ୍ରରେ ସଫଳତା ମିଳିବ। ବ୍ୟବସାୟରେ ପ୍ରସାର ପ୍ରଚାର ହେବ। ରାଜନୀତିରେ ସମସ୍ୟା ଦୂର ହେବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ–

ବାହ୍ୟ ଯୋଗାଯୋଗରେ ଲାଭ ମିଳିବ। ସଭାସମିତି, ରାଜନୀତି ପାଇଁ ସମୟ ଦେବାକୁ ପଡ଼ିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ଭଲ ଚାଲିବ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ଓ ମାନସିକ ଶାନ୍ତି ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ମାଂସ ଭୋଜନ,ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ । ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!