ଦୈନିକ ରାଶିଫଳ: ୨୭ ଅଗଷ୍ଟ ୨୦୧୯, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ। ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ପାରିବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ଉନ୍ନତି ଫଳରେ ସନ୍ତୋଷ ଦେଖାଦେବ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆୟବୃଦ୍ଧି, ଋଣମୁକ୍ତି, ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

କନ୍ୟା:-

ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଧାର୍ମିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ପରିବାର ରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କର୍ମଚାରୀଙ୍କର ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ। ଦୂରସ୍ଥାନକୁ ଯାତ୍ରା କରିବେ। ମଉଜ ମସ୍ତିରେ ସମୟ କଟିପାରେ। ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ପ୍ରେମିକ ପ୍ରେମିକାମାନେ ମନୋ ରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!