ଦୈନିକ ରାଶିଫଳ: ୨୭ ଅଗଷ୍ଟ ୨୦୨୦, ମା’ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟ ମାସ ୨୭ ତାରିଖ, ଗୁରୁବାର, ସିଂହ ମାସ ୧୨ ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ନବମୀ ତିଥି, ଦିବା ୯ଟା ୨୫ମିନିଟ୍ ଗତେ ଦଶମୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ଦିବା ୧୨ଟା ୩୮ମିନିଟ୍ ଗତେ ମୂଳା ନକ୍ଷତ୍ର,  ଧନୁ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଦିବା ୧୨ଟା ୩୮ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ, ସକାଳ ୯ଟା ୨୫ମିନିଟ୍ ଗତେ କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୪ମିନିଟ୍ ରୁ ୭ଟା ୧୨ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧ଟା ୧ମିନିଟ୍। ପର୍ବଦିନ- ତାଳ ନବମୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ ମାନସମ୍ମାନ, ଯଶ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସଲ କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣାପାଇ ଆର୍ଥିକ ଗତିବିଧିରେ ଉନ୍ନତି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ, ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ। ଋଣ ଭରଣାରେ ସହଜ ହେବ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ। ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ବ୍ୟବହାର କୁଶଳତା ଦ୍ଵାରା ନିଜର ଶତୃଙ୍କୁ ମଧ୍ୟ ମିତ୍ର କରିପାରିବେ। ବୁଦ୍ଧିମତା ଓ ଚତୁରତା  ଯୋଗେ ସାଂସାରିକ ମହତ୍ଵ କାମ ତୁଲେଇ ପାରିବେ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା  ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ ଖୁସିରେ ସମୟ ବ୍ୟତୀତ ହେବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। କର୍ମକ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ତମ ରୋଜଗାର କରି ପାରିବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଆୟବୃଦ୍ଧି ହେବା ଫଳରେ ଶୁଭକାମ କରି ପ୍ରଶଂସିତ ହେବେ। ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ମାନ ମନାନ୍ତର ଦୂର ହୋଇ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ଯଶ, ମାନସମ୍ମାନ ବୃଦ୍ଧି ହେବ। ରାଜନୈତିକ କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ସ୍ଥଗିତଥିବା କର୍ମଟି ପୂରଣ କରିବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ। କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେଲେ ମଧ୍ୟ ନିଜ ପରିଶ୍ରମରେ ସଫଳତା ପାଇବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପରିବାର ଜନଙ୍କ ସହିତ ସମୟ ବିତେଇ ପାରିଲେ ନିଜକୁ ସୁରକ୍ଷିତ ଅନୁଭବ କରିବେ। ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ଆଣି ପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଚାଲୁ ରହିଥିବା କାର୍ଯ୍ୟରେ ନୂଆ ସମସ୍ୟାର ସାମ୍ନା କରିବାକୁ ପଡି ପାରେ। ଅତ୍ୟଧିକ ନ୍ଧାଦୌଡ ଓ ପରିଶ୍ରମ ଦ୍ଵାରା ସ୍ଵାସ୍ଥ୍ୟରେ ଅବନ୍ନତି ଦେଖା ଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଶତୃମାନେ ମଥାନତ କରିବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବା ଫଳରେ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବା ସହ ବୁଦ୍ଧିଜୀବି ମାନଙ୍କ ସାନ୍ନିଧ୍ୟରେ ଆସିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବନ୍ଧୁଙ୍କ ସହ ମାନ ମନାନ୍ତର ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଦାମ୍ପତ୍ୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ରାଜନୈତିକ କ୍ଷେତ୍ରରେ ଅପବାଦ ଅପଯଶ ମିଳିପାରେ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ଫୋନ ବା ଇଣ୍ଟରନେଟ୍ ରେ ନୂତନ ବନ୍ଧୁଙ୍କ ସହିତ ଯୋଗାଯୋଗ ହେବା ଫଳରେ ମନଖୁସୀ ରହିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!