ଦୈନିକ ରାଶିଫଳ: 27 ଅଗଷ୍ଟ 2022, ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୨୭ତାରିଖ, ଶନିବାର, ସିଂହମାସ ୧୧ଦିନ, ଭାଦ୍ରବମାସ କୃଷ୍ଣପକ୍ଷ, ଅମାବାସ୍ୟାତିଥି ଦିବା ୧ଟା ୪୭ମିନିଟ୍ ପରେ ପ୍ରତିପଦାତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଶିବ ଯୋଗ । ନାଗ କରଣ ଦିବା ୧ଟା ୪୭ମିନିଟ୍ ପରେ କିସ୍ତୁଘ୍ନ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ଦିବା ୧ଟା ୪୭ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୧ଟା ୪୭ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପ୍ରତିପଦାର ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୪ଟା ୨୯ମିନିଟ୍ ରୁ ସନ୍ଧ୍ୟା ୭ଟା ୨୯ମିନିଟ୍, ରାତ୍ର ୪ଟା ୭ମିନିଟ୍ ରୁ ୫ଟା ୩୩ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୫ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୮ଟା ୨୧ମିନିଟ୍ ରୁ ୧୦ଟା ୩୮ମିନିଟ୍, ରାତ୍ର ୧୨ଟା ୧୨ମିନିଟ୍ ରୁ ୧ଟା ୪୨ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୪ଟା । ପର୍ବଦିନ- ସପ୍ତପୁରୀ ବା ସପ୍ତପିତୃକାମାବାସ୍ୟା ।

ମେଷ:-ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଦୂରଯାତ୍ରାରେ ପ୍ରିୟଜନଙ୍କସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟିକ ସଫଳତା ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଶିକ୍ଷାର୍ଥୀମାନେ ଅଧ୍ୟୟନରେ ବାଧା ଉପୁଜୁଥିଲେ ମଧ୍ୟ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ ଓ ପରୀକ୍ଷା, ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବା ଫଳରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । କର୍ମକ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତୃ ମାନେ ଦୂରେଇ ଯିବେ । ବ୍ୟବହାର କୁଶଳତାକୁ ଆଧାରକରୀ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଡ଼ିରେ ମନ ଲାଗିବା ହେତୁ ସଠିକ୍‌ ଉତ୍ତର ଲେଖିପାରିବେ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇଯାଇ ସହନ ଶୀଳତା କାଏମ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କଳା, ସାହିତ୍ୟ, ସମାଜ ସେବା ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଶାରିରୀକ ସୁସ୍ଥତା ଦେଖା ଦେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!