ଦୈନିକ ରାଶିଫଳ: ୨୭ ଡିସେମ୍ବର ୨୦୧୮, ମା ଲକ୍ଷ୍ମୀଙ୍କ ଆଶୀର୍ବାଦରୁ ଆଜି ଏହି ରାଶି ଲୋକଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଡିସେମ୍ବର ୨୦୧୮

ମେଷ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଜଟିଳ ପରିସ୍ଥିତି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଚାକିରୀ ଓ କାର୍ଯ୍ୟକ୍ଷେତ୍ରରେ କଠିନ ପରିଶ୍ରମ ଦ୍ଵାରା ଆଗକୁ ବଢିପାରିବେ ଓ ପରିସ୍ଥିତି ବଦଳିଯିବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଓ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ, କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। ଆଜି ଆପଣଙ୍କ ପାଇଁ କିଛି ଅସମ୍ଭବ ହେବ ନାହିଁ। ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ମହିଳାମାନଙ୍କର ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ  ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ସାବଧାନ ରହି ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବିଦ୍ୟାରେ ଉନ୍ନତି କରିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କର୍କଟ:-

ବ୍ୟାପାରରେ ପ୍ରଚୁର ଲାଭ ହେବ। ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଅର୍ଥ ମିଳିଯିବ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ବିଗିଡିଥିବା କାର୍ଯ୍ୟ କାହାର ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷ୍ୟାତି ବଢିବ। କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ବାଦ ବିବାଦ ମେଣ୍ଟିଯିବ। ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ। ଧନ ପ୍ରାପ୍ତି ହେବାର ଉପଯୁକ୍ତ ସମୟ ଅଟେ। ପରିବାର ହିତପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ। 

କନ୍ୟା:-

କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ। ଇଛା ବିରୋଧରେ କୌଣସି କର୍ମନକରି ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ। ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ। ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ। ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା  ଓ ମାଲିମକଦ୍ଦମାର ଅବସାନ ହେବ। ପ୍ରତିକାର:- ଗୋମାତାଙ୍କୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଆର୍ଥିକ ସ୍ଥିତିରେ ବହୁତ ସୁଦୃଢ ଓ ସକ୍ଷମ ସ୍ଥିତିରେ ରହିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ। ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ମିଳିବ। ବ୍ୟବସାୟ, ଚାକିରୀ ଇତ୍ୟାଦି ଆରମ୍ଭ କରି ପାରିବେ। ମିତ୍ର ବା ଜରୁରୀମନ୍ଦଙ୍କ ସହାୟତା ପାଇଁ ହାତ ବଢାଇବେ। ନିଜର କାମ କରିବା ଷ୍ଟାଇଲରେ କିଛି ବଦଳାଇବାକୁ ଗୁରୁତ୍ଵ ଦେବେ। ସାମାଜିକ ପତିଆରା ଅମଳିନ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର କ୍ଷେତ୍ର ସୁଦୃଢ ହେବ। ମହିଳାମାନଙ୍କର ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ରାଜନୈତିକ କ୍ଷେତ୍ରରେ ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାର ପରିପୂର୍ଣ୍ଣ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବ୍ୟବସାୟସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରିର ସୁସ୍ଥ ରହିବ। ସରକାରୀ କ୍ଷେତ୍ରରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ମହିଳାମାନଙ୍କର ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଓ ଯଶ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟକ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ମହିଳାମାନେ ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରିବେ। କୌଣସି ଧାର୍ମିକସ୍ଥାନରେ ବହୁତ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ପ୍ରତିକାର :- ଗାଈକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ନୂତନ ଦ୍ରବ୍ୟ କ୍ରୟ କରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ  ନୂତନ  ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ପରିବାର ସମ୍ବନ୍ଧୀୟ କେତେକ ସମସ୍ୟା ଆତ୍ମୀୟଙ୍କ ସହ ଯୋଗରେ ସମାଧାନ ହେବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନୂତନପନ୍ଥା ଅନୁସରଣ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!