ଦୈନିକ ରାଶିଫଳ: ୨୭ ଡିସେମ୍ବର ୨୦୧୯, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପ୍ରତିକାର:-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ସରକାରୀ ସାହାଯ୍ୟ ମିଳିପାରେ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଇଚ୍ଛା କରିବେ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଆର୍ଥିକ ସ୍ଥିତି ସ୍ଵଛଳ ରହିବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଆୟ ଉପାର୍ଜନ ବୃଦ୍ଧି ହେବ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତିରେ ନିଜଲୋକମାନେ ବା ଦୂରେଇ ଯାଇଥିବା ସହକର୍ମୀ ମାନେ ପ୍ରସଂଶା କରିବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହୋଇ ମାନସିକ ଶାନ୍ତି ଅନୁଭବ କରିବେ। ବିଦ୍ୟାରେଉନ୍ନତି ପାଇଁ ସମୟ ଉପଯୁକ୍ତ ଅଟେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ସୁଧୁରି ଯିବ। ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ। ଖେଳରେ ବିଜୟୀ ହେବେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦୁଃଖୀ ଲୋକଙ୍କୁ ସାହାରାହେବେ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ବିଦ୍ୟାରେଉନ୍ନତି ଓ ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମରେ ସ୍ଥିରତା ଆସିବ। ରାଜନୀତିରେ ଯାତ୍ରାରେ ସମୟ କଟିବ ଓ ଲାଭ ପାଇ ପ୍ରସଂଶିତ ହେବେ। ବିଦ୍ୟାକ୍ଷେତ୍ରରେଧୈର୍ଯ୍ୟ ଓ ସଂଯମ ରଖି ବିଶେଷ ଲାଭାନ୍ୱିତ ହେବେ। କୃଷିରେ ଉନ୍ନତି ଫଳରେ ମନସନ୍ତୁଷ୍ଟ ରହିବ। ଖେଳରେ ବିଜୟୀ ହେବେ। ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

ବିଚ୍ଛା:-

ଶତୃମାନେ ଦୂରେଇ ଯିବେ ଓ ମାନସିକ ଶାନ୍ତି ମିଳିବ। ନୂତନ ଦ୍ରବ୍ୟ କ୍ରୟ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ଧନୁ:-

ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। କର୍ମ କ୍ଷେତ୍ରରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସରକାରୀ କାମରେ ସଫଳତା ପାଇବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେବ।ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ରାଜନୀତିରେ ଉନ୍ନତି ହେବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦସହ କଷ୍ଟ ଅନୁଭବ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!