ଦୈନିକ ରାଶିଫଳ: 27 ଡିସେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୨୭ତାରିଖ, ରବିବାର, ଧନୁମାସ ୧୩ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୭ଟା ୭ମିନିଟ୍ ରୁ ୯ଟା ୧୫ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୩ଟା ୧ମିନିଟ୍, ଦିବା ୩ଟା ୪୬ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ର ୭ଟା ୫୧ମିନିଟ୍ ରୁ ୯ଟା ୩୫ମିନିଟ୍। ପର୍ବଦିନ:-ଗୀତା ଜୟନ୍ତୀ, ଅନଙ୍ଗ ତ୍ରୟୋଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଧନର ଆଗମନ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଭାଇ ଭଉଣୀଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କର୍କଟ:-

ଶିକ୍ଷା କ୍ଷେତ୍ରରେ ସଫଳ ହେବା ସହ ସୁସମ୍ବାଦ ପ୍ରାପ୍ତି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ସମାଧାନ ହେବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହ ନିକଟସ୍ଥ ସ୍ଥାନମାନ ଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ କଥା ହୋଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଛାତ୍ର ଛାତ୍ରୀମାନଙ୍କର ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ପରିବାରରେ ସୁଖ ଶାନ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଅଚାନକ ଧନପ୍ରାପ୍ତି ହେବ। ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ବିଦ୍ୟାର୍ଥୀମାନେ ପ୍ରତିଯୋଗିତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପନିପରିବା ଫସଲ ବ୍ୟବସାୟୀ ମାନେ ପ୍ରଚୁର ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଲେ ସମୟ ଆନନ୍ଦମୟ ହେବ। ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ପାଇ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇ ପାରନ୍ତି। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ଧନୁ:-

ସନ୍ତାନ ଯୋଗେ ଆନନ୍ଦିତ ହେବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ। ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-

ଶାରିରୀକ ଅସୁସ୍ଥତା ଦୂରହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ରାଜନେତାମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କୁମ୍ଭ:-

ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଶତୃ, ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!