ଦୈନିକ ରାଶିଫଳ: 27 ଡିସେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୨୭ତାରିଖ, ମଙ୍ଗଳବାର, ଧନୁମାସ ୧୨ଦିନ, ପୌଷମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଧନିଷ୍ଠା ନକ୍ଷତ୍ର ଦିବା ୨ଟା ୨୭ମିନିଟ୍ ପରେ ଶତଭିଷା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ବଜ୍ରଯୋଗ ସନ୍ଧ୍ୟା ୫ଟା ୨୬ମିନିଟ୍ ପରେ ସିଦ୍ଧିଯୋଗ । ବବକରଣ ଦିବା ୧୨ଟା ୧୧ମିନିଟ୍ ପରେ ବାଳବ କରଣ । ମକର ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ରାତି ୧୦ଟା ୫୩ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୧୦ଟା ୫୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୪ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ୨ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ରି ୮ଟା ୨୯ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୭ଟା ୫ମିନିଟ୍, ସକାଳ ୯ଟା ୬ମିନିଟ୍ ରୁ ୧୧ଟା ୨୪ମିନିଟ୍, ସନ୍ଧ୍ୟା ୫ଟା ୧୨ମିନିଟ୍ ରୁ ୬ଟା ୪୯ମିନିଟ୍, ରାତ୍ର ୮ଟା ୩୦ମିନିଟ୍ ରୁ ୮ଟା ୪୨ମିନିଟ୍, ରାତ୍ର ୯ଟା ୩୬ମିନିଟ୍ ରୁ ୧୨ଟା ୧୩ମିନିଟ୍, ରାତ୍ର ୨ଟା ରୁ ୩ଟା ୪୪ମିନିଟ୍, ରାତ୍ର ୪ଟା ୩୯ମିନିଟ୍ ରୁ ୬ଟା ୨୨ମିନିଟ୍ । ପର୍ବଦିନ- ବରଗଡରେ ପ୍ରସିଦ୍ଧ ଧନୁ ଯାତ୍ରା ଆରମ୍ଭ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ବୃଷ:-ଜନସମ୍ପର୍କ ସୁଦୃଢ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିପାରିବେ । ଅଶାନ୍ତିର ଝଡ ଶାନ୍ତ ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଯାହା ଚିନ୍ତା କରିବେ ତାହା ପୂରଣ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ ବିଦ୍ୟାରେ ସଫଳ ହେବେ । ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପରୋପକାର ଓ ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ବିଗିଡି ଯାଇଥିବା କାର୍ଯ୍ୟକୁ ସୁଧାରି ପାରିବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯାଇ କାର୍ଯ୍ୟ ପୁରଣ ହେବା ଫଳରେ ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ନୂତନ କର୍ମପାଇଁ ଯୋଗାଯୋଗ କଲେ ସଫଳତା ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ କେତେକ ସମସ୍ୟା ଦୂର ହୋଇଯିବା ଫଳରେ ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

କନ୍ୟା:-ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ମନ ଲଗାଇ କାର୍ଯ୍ୟକରି ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ତୁଳା:-ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ସହ ନୂତନ ଯୋଜନାରେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ସବୁଥିରେ ସଫଳତା ମିଳିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।

ମକର:-ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରି ପାରନ୍ତି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସାମ୍ବାଦିକ ମାନେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ସହିତ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ । ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଋଣ ମୁକ୍ତି ପାଇଁ ରାସ୍ତା ଦେଖା ଦେବ । ମିଷ୍ଠାନ୍ନ ଭୋଜନ ବା ସୁସ୍ଵାଦୁ ଭୋଜନ ପ୍ରାପ୍ତି ହେବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବା ସହ ମାନହାନୀର ସମ୍ଭାବନା ଅଛି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!