ଆଜି କେମିତି ରହିବ ଆପଣଙ୍କ ଦିନ : ୨୭ ଡିସେମ୍ବର ୨୦୧୭

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଡିସେମ୍ବର ୨୦୧୭

ମେଷ- ପ୍ରତ୍ୟୁତ୍ମନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍ କରିବେ। ଦ୍ଵନ୍ଦରେ ପଡି ପ୍ରତି କଥାକୁ ଗୁରୁତ୍ଵଦେଇ କାର୍ଯ୍ୟଠିକ୍ ଭାବେ ସଂପୂର୍ଣ୍ଣ କରିବେ। ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ- ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ। ଅଫିସରେ ଟେନସନ ଦୂର ହେବ। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ।

ମିଥୁନ- ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ପ୍ରତିକାର- ଘରୁ ବହାରରିବାସମୟରେ ମୁହଁ ମିଠା କରି ବାହାରନ୍ତୁ।

କର୍କଟ- ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ।

ସିଂହ- ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରକ୍ରାନ୍ତ ରହିବ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଘଟିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କନ୍ୟା- କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ ନଚେତ୍ କ୍ଷତିରେ ପଡିବେ। ପ୍ରତିକାର- ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ।

ତୁଳା- ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ବିଛା- ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ।

ଧନୁ- ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ଅପେକ୍ଷା କରିଥିବା କାମରେ ଶୁଭସୂଚନା ମିଳିବ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର- ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। 

କୁମ୍ଭ- ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମୂଲ୍ୟହୀନ କଥାକୁ ନେଇ ଗୁରୁତ୍ଵ ଦେଲେ କ୍ଷତିରେ ପଡିବେ। ପ୍ରତିକାର- ଚଣାଡାଲି ଓ ଗୁଡ ହଳଦିଆ କପଡାରେ ବାନ୍ଧି ମନ୍ଦିରରେ ଦାନ କରନ୍ତୁ।

ମୀନ- ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର- ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!