ଦୈନିକ ରାଶିଫଳ: ୨୭ ଫେବୃୟାରୀ ୨୦୧୯, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶିର ଲୋକଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଫେବୃୟାରୀ ୨୦୧୯

ମେଷ:-

ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଉଚିତ୍। ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତହେବେ ଓ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ସୁସ୍ଥ ପରିସ୍ଥିତି ଯୋଗୁ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଧାର୍ମିକ କାର୍ଯ୍ୟରେ ମନ ବଳାଇବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଆଇନ ଅଦାଲତ ଲେଖାପଢାରୁ ଶୁଭଫଳ ମିଳିବ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ଷଣ୍ଢକୁ ରୁଟି ଖାଇବାକୁ ଦିଅନ୍ତୁ।

କର୍କଟ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଚିନ୍ତା କରିବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ସନ୍ତାନ ଯୋଗେ ଖୁସି ରହିବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ବ୍ୟବସାୟରେ ବିଶେଷ ଲାଭବାନ ହେବେ। ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶାରୀରିକସୁସ୍ଥତା ଅନୁଭବ କରିବେ। କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତାକରୁଥିଲେ ତାହା ପାଇ ପାରନ୍ତି। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିପରେ। ଛାତ୍ରଛାତ୍ରୀ ମାନେ ପରୀକ୍ଷାରେ ଭଲ ରେଜଲ୍ଟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତିରେ ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭହେବ। ମହିଳାଙ୍କ ମାନସିକ ସ୍ଥିତି ଭଲ ରହିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଛାତ୍ରଛାତ୍ରୀ ମାନଙ୍କର ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ପ୍ରତିକାର- ଗଙ୍ଗାଜଳ ସେବନ କରନ୍ତୁ।

ମକର:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ଓ କଳା ସଙ୍ଗୀତରେ ସୁନାମ ଅର୍ଜନ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପରିବାରର ସାହାଯ୍ୟରେ ଉପକୃତ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃମାନେ ମଥାନତ କରିବେ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ରାଜନୀତି କ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ଛାତ୍ରଛାତ୍ରୀ ମାନଙ୍କର ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!