ଦୈନିକ ରାଶିଫଳ: ୨୭ ଫ୍ରେବୃୟାରୀ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୨୭ତାରିଖ, ଗୁରୁବାର, କୁମ୍ଭ ମାସ ୧୫ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୬ଟା ୧୩ ରୁ ୭ଟା ୪୩ମି, ଦିବା ୧୦ଟା ୫୧ ରୁ ୧ଟା ୮ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଆଶା ଆକାଂକ୍ଷା ପୂର୍ଣ୍ଣହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର ଗୋମତାକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରାର ସୁଯୋଗ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଶତୃମାନେ ପରାଜିତ ହେବେ। ଆର୍ଥିକକ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଋଣମୁକ୍ତି ହେବା ପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତିରେ ଉନ୍ନତି କରି ପାରିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ରାଜନୀତିକ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବେ। ନୂତନବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସାମାଜିକ ସ୍ଥିତି, ମାନସମ୍ମାନ ବୃଦ୍ଧିହେବ। ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ। ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଶକ୍ତି ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ। ଚିଡ଼ିଚିଡା ନ ହୋଇ ବୁଝି ବିଚାରୀ କାର୍ଯ୍ୟ କଲେ ଭଲ। ଯେତେ ପରିଶ୍ରମ କରିବେ ସେତେ ଲାଭବାନ୍ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ  ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତିରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ।ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବ୍ୟବସାୟ କ୍ଷେତ୍ରରେ ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇ ଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ।  ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:

ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତ ପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ଜନସେବାରେ ନିଜକୁ ନିୟୋଜିତ କରି ସହଯୋଗୀମାନଙ୍କ ଯୋଗୁ ଶାନ୍ତି ପାଇବେ। ପରିବାରରେ ସୁଖ ଶାନ୍ତି ବାତାବରଣ ଜାରି ରହିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ। ଘାତ

ବିଚ୍ଛା:-

ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ। ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସୁଖ ସମୃଦ୍ଧି ବୃଦ୍ଧିହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଏବଂ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତିହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସିହେବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାରମାଆ ବାପାଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସନ୍ତାନର ସୁ ଖବର ଶୁଣି ଖୁସିହେବେ। ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଠିନ କାର୍ଯ୍ୟ ସହଜରେ ସମାଧାନ ହୋଇଯିବ। ନୂଆସମସ୍ୟାର ସମ୍ମୁଖୀନ ହେଲେମଧ୍ୟ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ଶତ୍ରୁମାନେ ଷଡ଼ଯନ୍ତ୍ରକରି କ୍ଷତି କରିବା ପାଇଁ ଚେଷ୍ଟା କରିବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ। ଘାତ

ମକର:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି।  ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ବିପଦରେ ପଡିବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।  ଘାତ

ମୀନ:- 

ସନ୍ତାନଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ। ଭାତୃ ବିବାଦ, ଜାଗାଜମି ଓ ଘରବାଡିନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପରିବାରର ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!