ଦୈନିକ ରାଶିଫଳ: 27 ଫେବୃୟାରୀ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ଲୋକଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଫେବୃୟାରୀମାସ ୨୭ତାରିଖ, ଶନିବାର, କୁମ୍ଭମାସ ୧୬ଦିନ, ମାଘମାସ, ଶୁକ୍ଳପକ୍ଷ, ପୂର୍ଣ୍ଣିମାତିଥି, ମଘାନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ଦିବା ୧ଟା ୪୭ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୧୭ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୪ମିନିଟ୍ ରୁ ୨ଟା ୨ମିନିଟ୍ । ପର୍ବଦିନ- ମାଘପୂର୍ଣ୍ଣିମା, ମାଘ ବ୍ରତ ସମାପନ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ । ରାଜନେତାମାନେ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ପରିଜନ ଓ କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ, ଖେଳ, କୁଦ ଓ ପ୍ରତିଯୋଗିତାରେ ପ୍ରଶଂସା ପାଇବେ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । କୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ବ୍ୟବସାୟରେ ମନମୁତାବକ ଲାଭ ପାଇ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ରାଜନେତା ମାନେ ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ଚିନ୍ତା ଭାବନା ଦୂର ହୋଇଯିବ । ନୂତନ ସମ୍ବନ୍ଧ, ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିପାରେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଉପରିସ୍ଥଙ୍କ ଶ୍ରଦ୍ଧାଭାଜନ ହେଲେ ମଧ୍ୟ ଅଧସ୍ତନଙ୍କ ଈର୍ଷା ଓ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ । ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କଳାସଙ୍ଗୀତ, ନୃତ୍ୟ ଗୀତ ଓ ମନୋରଞ୍ଜନ କାର୍ଯ୍ୟ କ୍ରମରେ ମଜ୍ଜି ରହିବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କେତେକ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମ ବିଶ୍ୱାସ ବୃଦ୍ଧି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଦାମ୍ପତ୍ୟ ସୁଖରେ ସୁଖୀହେବେ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପରୋକ୍ଷ ଶତ୍ରୁତାଥିଲେ ମଧ୍ୟ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପାଖରେଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ତୁଳା:-

ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୀର୍ତ୍ତୀ ଓ ମାନପ୍ରତିଷ୍ଠାରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ସଙ୍ଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ସରକାରୀ କର୍ମଚାରୀମାନଙ୍କର ପଦୋନ୍ନତିର ସୂଚନା ପାଇବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସନ୍ତାନଙ୍କ ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବା ସହ ପଦୋନ୍ନତି ମଧ୍ୟ ପାଇପାରନ୍ତି । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହୋଇପାରେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍ । ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ଭଲ ଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଧାର୍ମିକ କାର୍ଯ୍ୟରେ କମ୍ ରୁଚି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶୁଭ ସମ୍ବାଦ ପାଇ ଖୁସିହେବେ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବା ସହ କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ଏମିତି କାର୍ଯ୍ୟ ଆଜି କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । କୌଣସି ପୁରାତନ ରୋଗରୁ ମୁକ୍ତି ପାଇବା ସହ ଆୟରସ୍ରୋତ ବୃଦ୍ଧିହେବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ସୁବିଧା ସୁଯୋଗ ପାଇ ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ବିରୋଧୀମାନେ ପରାସ୍ତ ହୋଇ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!