ଦୈନିକ ରାଶିଫଳ: ୨୭ ଜାନୁୟାରୀ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶ ପାଇବେ। ପ୍ରତିକାର କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମ କ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ। ରାଜନୀତିରେ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଉଚ୍ଚଆଶା ସଫଳ ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଶାରିରୀକ ଅସୁସ୍ଥତା ସହ ମାନସିକ ଅଶାନ୍ତି ଦେଖାଦେଇ ପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ  ରହିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପାଠପଢ଼ା ରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ସିଂହ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।   

କନ୍ୟା:-

ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହୋଇ ପାରେ। ସୁଖ ସମୃଦ୍ଧି ବୃଦ୍ଧି ହେବ। ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ।  କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା ପାଇଁ ଅନାବଶ୍ୟକ ଧାଁଦୌଡ଼ କରିବାକୁ ପଡିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ଛାତ୍ରଛାତ୍ରୀମାନେମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ।ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମକର:-

ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡି ପାରେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ।ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ। ସେୟାର ବଜାରରେ ମୁନାଫା ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ସମାଜିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ।କାଷ୍ଠ ଉପକରଣ ବ୍ୟବସାୟୀ ମାନେ ଲାଭବାନ ହେବେ। ପାରିବାରିକ ଜୀବନ ସୁଖମୟ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!