ଦୈନିକ ରାଶିଫଳ: 27 ଜାନୁୟାରୀ ୨୦୨୧, ଶ୍ରୀ ଗଣେଶଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୨୭ତାରିଖ, ବୁଧବାର, ମକରମାସ ୧୪ଦିନ, ପୌଷମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । କନ୍ୟାରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୫୪ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୬ମିନିଟ୍, ଦିବା ୧ଟା ୫୧ମିନିଟ୍ ରୁ ୪ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୨୪ମିନିଟ୍ ରୁ ୧୦ଟା ୪୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗ ଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ । ପୁଅଝିଅଙ୍କ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟସ୍ଥିର ହେବାଫଳରେ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ଶତୃମାନେ ମଥାନତ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ନୂତନ ସଂସ୍ଥାର ଆୟୋଜନ କରିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ସୁସ୍ଥ ବାତାବରଣ ଜାରି ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟରେ ସହନଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାଜନୀତିରେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ନୂଆ ନିଯୁକ୍ତି ଯୋଗ ଅଛି । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ଋଣରୁ ମୁକ୍ତି ମିଳିବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂଆ କାମ ନୂଆ ପ୍ରେରଣା ଦେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଉନ୍ନତମାନର ଫଳ ପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଶତ୍ରୁବାଧା ଦୂରେଇ ଯିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଦୂରଯାତ୍ରାରେ ସଫଳ ହେବା ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କୁମ୍ଭ:-

ବିଦ୍ୟାକ୍ଷେତ୍ରରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସମ୍ପର୍କୀୟ ସମସ୍ୟା ଅନୁକୂଳ ରହିବ । କଳା, ସାହିତ୍ୟ ଓ ସଭାସମିତିରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଦୂରଯାତ୍ରା କରି ମନ ଖୁସି ରହିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ ଓ ବ୍ୟବସାୟରେ ଉନ୍ନତି ହେବ । କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ । ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!