ଦୈନିକ ରାଶିଫଳ: 27 ଜାନୁୟାରୀ 2023, ମା ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୨୭ତାରିଖ, ଶୁକ୍ରବାର, ମକରମାସ୧୪ଦିନ, ମାଘମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ଦିବା ୯ଟା ୧୦ମିନିଟ୍ ପରେ ସପ୍ତମୀତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ସିଦ୍ଧଯୋଗ ଦିବା ୧ଟା ୨୧ମିନିଟ୍ ପରେ ସାଧ୍ୟ ଯୋଗ। ତୈତିଳ କରଣ ଦିବା ୯ଟା ୧୦ମିନିଟ୍ ପରେ ଗର କରଣ। ବିଛା, ଧନୁ, ମୀନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ନିଷେଧଖାଦ୍ୟ- ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ ଦିବା ୯ଟା ୧୦ମିନିଟ୍ ପରେ ତାଳ ନ ଖାଇଲେ ଭଲ। ଯୋଗିନୀ- ପଶ୍ଚିମେ ଦିବା ୯ଟା ୧୦ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୯ଟା ୧୩ମିନିଟ୍ ରୁ ୧୨ଟା ରାତ୍ର ୮ଟା ୪୫ମିନିଟ୍ ରୁ ୧୦ଟା ୨୨ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୧୧ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୧୩ମିନିଟ୍, ଦିବା ୧୨ଟା ୨୧୧ମିନିଟ୍ ରୁ ୨ଟା ୩୪ମିନିଟ୍, ଦିବା ୪ଟା ୩ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୭ଟା ୧୫ମିନିଟ୍ ରୁ ୮ଟା ୪୫ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ୪ଟା ୪୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପାରିବାରିକ ସ୍ଥିତି ସୁଧୁରି ଯାଇ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବୃଷ:-ଶରୀର ଭଲ ରହିବ। ବିଦେଶ ଯାତ୍ରାରେ ସଫଳ ହେବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଅଫିସ୍ ପରିସ୍ଥିତିକୁ ସହଜରେ ସମାଧାନ କରିପାରିବେ। ଆବଶ୍ୟକସ୍ଥଳେ ସହଯୋଗ ପାଇ ପାରିବାରିକ ସ୍ତର ହସ ଖୁସିରେ କଟିବ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖୀ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କର୍କଟ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶୁଭକାର୍ଯ୍ୟ ସମ୍ପାଦନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସାମାଜିକ ପତିଆରା ଅମଳିନ ରହିବା ସହ କିଛି ଅର୍ଥ ଧାର୍ମିକ କ୍ଷେତ୍ରରେ ଦାନ କରିବାକୁ ବାଧ୍ୟ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସୁବର୍ଣ୍ଣ ସୁଯୋଗକୁ ହାତଛଡା ନକରିବା ଉଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ନିର୍ବନ୍ଧ ହୋଇପାରେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭପାଇ ଖୁସି ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ ଓ ପାରିବାରିକ ଜୀବନରେ ଗୁରୁଜନମାନେ ସନ୍ତୁଷ୍ଟ ରହିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଧନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାର୍ଥୀମାନେ ଅଧ୍ୟୟନ ପ୍ରତି ଆଗ୍ରହୀ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!