ଦୈନିକ ରାଶିଫଳ: ୨୭ ଜୁଲାଇ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଜୁଲାଇ ୨୦୧୮

ମେଷ:–

ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବାଦ-ବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଲାଭହେବ, ଋଣରୁ ମୁକ୍ତି ମିଳିବ। ଶତ୍ରୁବାଧା ଦୂରେଇ ଯିବ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:–

ବ୍ୟବସାୟରେ  ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ।  ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ। ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ। ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ। ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତୃରବିନାଶ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:–

ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା ଘଟି ଅଶାନ୍ତି ବାତାବରଣ ସୃଷ୍ଟି ହେବ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ଅନିଶ୍ଚିତ ଆୟ  ତୁଳାନାରେ ବ୍ୟୟର ମାତ୍ରା ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ବ୍ୟବସାୟିକ ସଫଳତାରେ ବାଧା ଉପୁଯିବ। ପ୍ରତିକାର:- ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ:–

ପରିବାରରେ ସୁସ୍ଥ ବାତାବରଣ ଜାରି। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ  ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବେ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ:–

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟର ସ୍ରୋତ ଖୋଲିଯିବ। ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତି ହେବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର:- ଷଣ୍ଢକୁ ଗୁଡ଼ ରୁଟି ଖୁଆନ୍ତୁ।

କନ୍ୟା:–

ବକେୟା ଅର୍ଥ କିଛି ମିଳିବ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ।  ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ପ୍ରତିକାର:- ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

ତୁଳା:–

ଦାମ୍ପତ୍ୟ କଳହ ସୃଷ୍ଟି। ଶରୀର ଭଲ ରହିବ ନାହିଁ। ଉଦରପୀଡ଼ା, ରକ୍ତଚାପ ଓ ପୁରାତନ ରୋଗର ପ୍ରଭାବ ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବେ। ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦେଖାଦେବ। ନିଜ ଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖାଦେବ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର:  କୁକୁରକୁ କିଛିଖାଦ୍ୟ ଖୁଆନ୍ତୁ।

ବିଚ୍ଛା:–

ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ।  ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବୃ୍ତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ।  ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର :- ଭୋକିଲା ଲୋକକୁ ନିରାଶ କରିବେ ନାହିଁ।

ଧନୁ:–

ମାନସିକଚାପ ବୃଦ୍ଧି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି, ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ପ୍ରତିକାର:-ଦରିଦ୍ର ନାରାୟଣଙ୍କୁ ଖାଦ୍ୟ ଦିଅନ୍ତୁ।

ମକର:–

ମନରେ ଶାନ୍ତି ସନ୍ତୋଷ ଦେଖାଦେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର:- ଅସହାୟା ବୃଦ୍ଧାକୁ ସାହାଯ୍ୟ କରନ୍ତୁ।

କୁମ୍ଭ:–

ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ରହିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ବିପଦରେ ପକାଇବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ। ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଅଶାନ୍ତି ହେବେ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:–

ପୁରାତନ ରୋଗର ଉପଶମ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ଧର୍ମକାର୍ଯ୍ୟରେ ମତି। ପ୍ରତିକାର- ହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!