ଦୈନିକ ରାଶିଫଳ: ୨୭ ଜୁଲାଇ ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମକ୍ଷେତ୍ରରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶୁଭ ସମ୍ବାଦପାଇ ଖୁସିହେବେ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକହେବ। ଦେହମନ ଭଲ ରହିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ଓ ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ବଢ଼ିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ସ୍ୱାସ୍ଥ୍ୟ ଠିକ୍ ରହିବ।କର୍ମକ୍ଷେତ୍ରରେ ଶ୍ରମ ସାର୍ଥକହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ। ଉଚ୍ଚ ଆଶାରେ ଆଗେଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଦେଖାଦେଲେ ମଧ୍ୟ ଆୟ ବଢ଼ିବ। କୃଷିଜୀବିମାନଙ୍କର ସମସ୍ତ ସମସ୍ୟା ଦୂର ହୋଇ ସୁଖ-ଶାନ୍ତିରେ ଦିନଟି କାଟିବେ। ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ରାଜନୀତି କ୍ଷେତ୍ରରେ ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ମାଳିମକଦ୍ଦମାରେ ଜୟ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣକରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ପନିପରିବା ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ। ଗୃହପାଳିତ ପଶୁ ଓ ଯାନ ବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କୃଷିଜୀବିମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପୂର୍ବଶତ୍ରୁମାନେ ପଛଘୁଞ୍ଚା ଦେବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦେହପୀଡ଼ା, ଅଶାନ୍ତି, ଅର୍ଥସଙ୍କଟ ଦୂରେଇଯିବ। ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ରାଜନୀତିରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। କୃଷିଜିବୀମାନଙ୍କର ମାଲିମୋକଦ୍ଦମାରେ ଜୟ ହେବ ଓ ହସଖୁସିରେ ସମୟ ବିତିବ। ନୂତନ ସଂସ୍ଥାର ଆୟୋଜନ କରିବେ। ମହିଳାମାନେ ଜାଗାଜମି, ଗୃହ ଉପକରଣ, ଯାନ ବାହାନ କ୍ରୟ କରିବା ପାଇଁ ମନ ବଳେଇବେ। ଛାତ୍ର ଛାତ୍ରୀମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ସିଂହ:-

କର୍ମକ୍ଷେତ୍ରରେ  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ସମସ୍ତ କାର୍ଯ୍ୟରେ ସିଦ୍ଧି, ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣ ପ୍ରାପ୍ତି, କର୍ମତତ୍ପର,  ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ, ମିଷ୍ଠାନ୍ନଭୋଜନ, ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତିହେବ। କୃଷିଜୀବିମାନେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେବେ କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବ ଶତ୍ରୁମାନେ ମଥାନତ କରିବେ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। କୃଷିଜୀବିମାନେ ନିଜ କର୍ମରେ ଲିପ୍ତ ରହିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିବେ। ମହିଳାମାନେ ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଜାଗା, ଜମି, ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି। ମାନସିକ ସ୍ଥିରତା ଦେଖାଦେବ। ଛାତ୍ର ଛାତ୍ରୀମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ। ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନହୋଇ ପାରନ୍ତି। ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ। ଧନଲାଭ କରିବାର ଆଶା ଦେଖାଯାଏ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ମହିଳାମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ। ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଚାକିରୀକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ। ଘରୋଇ କର୍ମଚାରୀଙ୍କ କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ। ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ। ମହିଳାମାନଙ୍କର ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁ ସମ୍ପଦପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ। କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ। ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଯୁବକ ଯୁବତୀମାନଙ୍କର ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳତା ମିଳିବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ।  ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ମାନସିକ ଏକାଗ୍ରତା ରଖି ପାରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!