ଦୈନିକ ରାଶିଫଳ: 27 ଜୁଲାଇ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୨୭ତାରିଖ, ବୁଧବାର, କର୍କଟମାସ୧୧ଦିନ, ଶ୍ରାବଣମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ସନ୍ଧ୍ୟା ୫ଟା ୫ମିନିଟ୍ ପରେ ବଜ୍ର ଯୋଗ । ବିଷ୍ଟି କରଣ ସକାଳ ୮ଟା ୧ମିନିଟ୍ ପରେ ଶକୁନି କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ରାତି ୯ଟା ୧୨ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୯ଟା ୧୨ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୧୫ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ଦିବା ୧ଟା ୩୦ମିନିଟ୍, ରାତ୍ରି ୨ଟା ୩୯ମିନିଟ୍ ରୁ ୪ଟା ୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୫ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୧୬ମିନିଟ୍ ରୁ ୧୧ଟା ୨୬ମିନିଟ୍, ଦିବା ୨ଟା ୩ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୭ଟା ୭ମିନିଟ୍ ରୁ ରାତ୍ର ୧୦ଟା ୪୬ମିନିଟ୍, ରାତ୍ର ୧ଟା ୪୪ମିନିଟ୍ ରୁ ୨ଟା ୩୮ମିନିଟ୍, ରାତ୍ର ୪ଟା ୨ମିନିଟ୍ ରୁ ୫ଟା ୨୩ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା ।

ମେଷ:-ନୂଆ କ୍ୟାରିୟର ଆରମ୍ଭ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ । ଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା ବା ସନ୍ଦେଶ ପ୍ରାପ୍ତ ହେବାର ସମ୍ଭାବନା ଅଛି । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମନୋରଞ୍ଜନ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟାପାରରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଲାଭପ୍ରଦ ହେବ । ଶ୍ରମିକ ଓ କର୍ମଚାରୀ ମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ମାଲି-ମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ । ପ୍ରେମୀକ ପ୍ରେମିକାଙ୍କ ସମ୍ପର୍କ ସ୍ଥାପିତ ହେବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । ଅଧ୍ୟୟନ, ଶୋଧ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ । ସତର୍କ ରହିଲେ ଆର୍ଥିକ ଭରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସମୟ ଗୁଡିକ ହସ ଖୁସିରେ ବିତିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀ ମାନେ କାମର ପ୍ରଶଂସା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମଚାରୀ ମାନଙ୍କର ଜନସମ୍ପର୍କ ସୁଦୃଢ ହେବ ଓ ଯାହା ଚିନ୍ତା କରିବେ ତାହା ପୂରଣ କରି ପାରିବେ । ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବା ସହ ସମସ୍ତ ବ୍ୟବସାୟରେ ଆୟ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ ଓ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:- ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ ଓ ଆୟ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଦୂରଯାତ୍ରା କରି ମନ ଖୁସି ରହିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ନିଜ ଲୋକମାନେ ହିଁ କାମରେ ଆସିବେ । ବିଦ୍ୟା କ୍ଷେତ୍ରରେ ବୀଜୟ ଲାଭ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ନୂଆଲକ୍ଷ ନିର୍ଦ୍ଧାରିତ କରି ଆନନ୍ଦିତ ହେବେ । ସାଧୁଜନପ୍ରିୟ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!