ଦୈନିକ ରାଶିଫଳ: ୨୭ ଜୁନ୍ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୨୭ ତାରିଖ, ଶନିବାର, ମିଥୁନ ମାସ ୧୩ ଦିନ, ଆଷାଢମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି, ପୂର୍ବାଫାଲଗୁଣୀ ନକ୍ଷତ୍ର, ଦିବା ୧୦ଟା ୧୧ମିନିଟ୍ ଗତେ ଉତ୍ତରା ଫାଲଗୁଣୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର ବୃଷ, ସିଂହ, କନ୍ୟା ରାଶିର ଘାତବାର କର୍କଟ, ମକର ରାଶିର ଘାତଚନ୍ଦ୍ର ତାଳ ନ ଖାଇଲେ ଭଲଶୁଭସମୟଦିବା ୧୦ଟା ୧୧ମିନିଟ୍ ରୁ ୧୨ଟା ୧୫ମିନିଟ୍, ଦିବା ୩ଟା ୮ମିନିଟ୍ ରୁ ୩ଟା ୪୬ମିନିଟ୍, ସନ୍ଧ୍ୟା ୭ଟା ୪୭ମିନିଟ୍ ରୁ ୭ଟା ୫୧ମିନିଟ୍, ରାତ୍ର ୧୧ଟା ୨୯ମିନିଟ୍ ରୁ ୧ଟା ୩୭ମିନିଟ୍ ପର୍ବଦିନହେରା ପଞ୍ଚମୀ

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି, ସମ୍ମାନବୃଦ୍ଧି ହେବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହୋଇ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ଉନ୍ନତି ହୋଇ ନୂତନ ପଦାର୍ଥ ସଂଗ୍ରହ କରିବା ଯୋଗେ ବିଶେଷ ଲାଭବାନ ହେବେ।ବାସସ୍ଥାନ ବା ଯାନବାହାନ ଆଦି ନବୀକରଣ କରି ପାରନ୍ତି। ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ।ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃ:-

ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ରାଜନୀତିରେ ସାମଞ୍ଜସ୍ୟ ଓ ସମନ୍ଵୟ ଦ୍ଵାରା କାମ ହାସଲ କରି ପାରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଭବିଷ୍ୟ ଯୋଜନାରେ ଚିନ୍ତିତ ରହିବେ। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ ସଫଳତା ପୂର୍ଣ୍ଣ ଫଳ ପ୍ରାପ୍ତ କରିବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇ ମାନସିକ ଅଶାନ୍ତି ଦୂର ହେବ। ଆର୍ଥିକ ଉନ୍ନତି, ଶୁଭ ସମ୍ବାଦପ୍ରାପ୍ତି, ନୂତନ ଗୃହ ନିର୍ମାଣ, ଯେକୌଣସି ନୂତନ କାର୍ଯ୍ୟ ଆରମ୍ଭ କରିଲେ ଭବିଷ୍ୟତ ପାଇଁ ଲାଭ ପ୍ରଦ ହେବ। ଯଶଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ମଧ୍ୟ ରହିଛି। ବହୁତ ଦିନର ଚିନ୍ତା ସମାପ୍ତ ହେବା ସହ ସୁଖ ଶାନ୍ତିରେ ଦିନ କଟାଇବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ସବୁଥିରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବା ଫଳରେ ନିଜର ବ୍ୟକ୍ତିତ୍ଵ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ। ମାନସିକ ଅଶାନ୍ତି ଦୂର ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ବିଶେଷ ଲାଭବାନ ହେବେ।  ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି। ପଢ଼ାପଢ଼ିରେ ମନଦେବେ ମାନସିକ ଦୁଶ୍ଚିନ୍ତା ଦୂରହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବ ନାହିଁ। କୌଣସି କାଗଜରେ ନପଢି ନବୁଝି ଦସ୍ତଖତ କରିବେ ନାହିଁ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମକ୍ଷେତ୍ରରେ ପଦୋନ୍ନତି, ନୂତନ ବାହନ, ଗୃହ, ଭୂମି, ଧନ, ଗୋମାତାଆଦି ଲାଭ ଯୋଗ ଅଛି। ସମସ୍ତକାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ସନ୍ତାନର ସୁ ଖବର ଶୁଣି ଖୁସିହେବେ। ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ନୂତନ ସମ୍ପତ୍ତି କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ସମ୍ମାନ ଯଶମାନ ବୃଦ୍ଧି ହେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭୂମି, ଧନ, ଗୋମାତା ପ୍ରାପ୍ତିହେବାର ଯୋଗ ଅଛି। ଋଣଭାର କମିଯିବ ପାରିବାରିକ ଜୀବନ ସୁଖମୟ ହେବ। ଗୃହରେ ମାଙ୍ଗଳିକ କାର୍ଯ୍ୟର ଆୟୋଜନ କରି ଉଚ୍ଚ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଗୃହରେ ଧର୍ମକାର୍ଯ୍ୟର ଆୟୋଜନ କରି ପାରନ୍ତି ବା ଧର୍ମାନୁଷ୍ଠାନରେ ଯୋଗଦାନ କରି ଉଚ୍ଚ ପ୍ରଶଂସିତ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟରେ କଠିନ ପରିଶ୍ରମ କରିବା ଦ୍ଵାରା କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

କର୍ମକ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଚାକିରୀଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଉଚ୍ଚଶିକ୍ଷା କ୍ଷେତ୍ରରେ ପରିବର୍ତ୍ତନ ହୋଇ ଆଶାତୀତ ଫଳ ପାଇବେ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରି ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ର ଓ ସମ୍ପର୍କୀୟ ବ୍ୟକ୍ତିଙ୍କ ସହ ମାନମନାନ୍ତର ମେଣ୍ଟି ଯିବ। ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ଚଳିବା ହିତକର। ଶରୀରପୀଡ଼ା ଭୋଗ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଶରୀର ସୁସ୍ଥ ରହିବା ସହ ଋଣରୁ ମୁକ୍ତି ମିଳି ପାରେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଋଣ ଭରଣାରେ ସହଜ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କୃଷିଜୀବିମାନେ ନଗଦ କାରବାର ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହୋଇ ହସଖୁସିରେ ସମୟ କାଟିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। ସମସ୍ତ କାର୍ଯ୍ୟ ସିଦ୍ଧି ହେବ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ଅଧିକ ଲାଭ କରିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଯୋଗୁ ଉପଯୋଗ କରିପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!