ଆଜି କେମିତି ରହିବ ଆପଣଙ୍କ ଦିନ : ୨୭ ଜୁନ୍ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୨୭ ଜୁନ୍ ୨୦୧୮

ମେଷ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। କେତେକ କାର୍ଯ୍ୟ ଦୋଦୁଲ୍ୟମାନ ଅବସ୍ଥାରେ ରହିବ। ସାଧାରଣ ଦିନଚର୍ଯ୍ୟ।ରେ ଅତୁଟ ରହିଲେମଧ୍ୟ ଉଦରପୀଡା ଓ ଚକ୍ଷୁପୀଡାରେ  ପ୍ରଭାବିତ ରହିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ନିନ୍ଦା ପାଇବେ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ପ୍ରତିକାର:- ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ। 

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ କ୍ଷତି ସହିବେ।ରୋଗ ଓ ଋଣର ଶୀକାର ହେବେ। ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

<< ଓଡିଆ କ୍ୟାଲେଣ୍ଡର ୨୦୧୮ >>> | <<< Janma Patrika>>>

ମିଥୁନ:-

ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତହେବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସରଳ କରିବେ। ପରହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ସିଂହ:-

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ସାଂସାରିକ ଜୀବନ ସୁଖମୟ ହେବ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ। ପ୍ରତିକାର-ଭିକାରୀକୁ ନିରାଶ କରିବେ ନାହିଁ।

କନ୍ୟା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।   

ବିଛା:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।

ଧନୁ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦରୁ ବଞ୍ଚିତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ମକର:-

ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇବାର ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ଅସ୍ଵାସ୍ଥ୍ୟକର ପରିବେଶ ଓ ଅସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy

Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988

କୁମ୍ଭ:-

କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ପାଇବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହୋଇ ପାରିବେ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ବୃଦ୍ଧ, ବୃଦ୍ଧାଙ୍କୁ ଭୋଜନ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!