ଦୈନିକ ରାଶିଫଳ: 27 ଜୁନ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁନମାସ ୨୭ତାରିଖ, ସୋମବାର, ମିଥୁନମାସ ୧୩ଦିନ, ଆଷାଢମାସ କୃଷ୍ଣପକ୍ଷ, ଚତୁର୍ଦ୍ଦଶୀତିଥି, ରୋହିଣୀ ନକ୍ଷତ୍ର ଦିବା ୪ଟା ୨ମିନିଟ୍ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଶୂଳ ଯୋଗ ପ୍ରାତଃ ୬ଟା ୪୬ମିନିଟ୍ ପରେ ଗଣ୍ଡ ଯୋଗ । ବିଷ୍ଟି କରଣ ଦିବା ୪ଟା ୩୮ମିନିଟ୍ ପରେ ଶକୁନି କରଣ । ମିଥୁନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୫୨ମିନିଟ୍ ରୁ ୮ଟା ୩୧ମିନିଟ୍, ଦିବା ୩ଟା ୭ମିନିଟ୍ ରୁ ୪ଟା ୪୬ମିନିଟ୍, ରାତ୍ରି ୧୦ଟା ୨୮ମିନିଟ୍ ରୁ ୧୧ଟା ୪୯ମିନିଟ୍ । ଶୁଭସମୟ- ସକାଳ ୮ଟା ୪୬ମିନିଟ୍ ରୁ ୧୦ଟା ୨୯ମିନିଟ୍, ରାତ୍ର ୯ଟା ୧୯ମିନିଟ୍ ରୁ ୧୦ଟା ୨୭ମିନିଟ୍, ରାତ୍ର ୧୧ଟା ୫୦ମିନିଟ୍ ରୁ ୧୨ଟା ୧୦ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ରାତ୍ର ୩ଟା ୩ମିନିଟ୍, ରାତ୍ର ୩ଟା ୪୮ମିନିଟ୍ ରୁ ୪ଟା ୨୯ମିନିଟ୍ ।

ମେଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବା ସହ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ସେୟାର ବଜାରରେ ମୁନାଫା ମିଳିବ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଫଳରେ ଚାକିରିରେ ପ୍ରତିଷ୍ଠିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ପ୍ରଶଂସିତ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ ଓ ସ୍ୱାସ୍ଥ୍ୟ ଭଲ ରହିବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ବନ୍ଧୁ ମିତ୍ରଙ୍କର ସାହାଯ୍ୟ ପାଇ ସୁଖ, ସମ୍ପତ୍ତି ଲାଭ ହେବ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବା ସହ ଉଚ୍ଚଆଶା ପୂରଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!