ଦୈନିକ ରାଶିଫଳ: ୨୭ ମାର୍ଚ୍ଚ ୨୦୧୯
ମେଷ:-
ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ। ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଲେ ମଧ୍ୟ ଶାନ୍ତି ପାଇବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ସମାଧାନ:- ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।
ବୃଷ:-
ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସମାଧାନ:- ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।
ମିଥୁନ:-
ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବା ସହ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
କର୍କଟ:-
ଅଚାନକ ଧନ ପ୍ରାପ୍ତି ହେବ ଓ ସନ୍ତାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବ୍ୟାପାରରେ ପ୍ରଚୁର ଲାଭ ହେବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ସମାଧାନ:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ।
ସିଂହ:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ପରିବାରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ସମାଧାନ:- ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।
କନ୍ୟା:-
ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଯାତ୍ରାରେ ସଫଳ ହେବେ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମାଧାନ:- କୁକୁରକୁ ଖାଇବାକୁ ଦିଅନ୍ତୁ।
ତୁଳା:-
କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ। ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଆର୍ଥିକ ସହାୟତାରେ ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ବିଚ୍ଛା:-
ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ରାଜନୀତିରେ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ଆବଶ୍ୟକତା ପୂରଣ ଦିଗରେ ନୂତନ ବନ୍ଧୁ ମିତ୍ରମାନଙ୍କର ସହଯୋଗ ମିଳିବ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସମାଧାନ:- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-
ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ। ଯାତ୍ରାଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୀତିରେ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମକର:-
ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ। ସମାଧାନ:- କୁକୁରକୁ ଖାଦ୍ୟ ଦିଅନ୍ତୁ।
କୁମ୍ଭ:-
ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।
ମୀନ:-
ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ସମାଧାନ:- ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।