ଦୈନିକ ରାଶିଫଳ: ୨୭ ମାର୍ଚ୍ଚ ୨୦୨୦, ମା ସନ୍ତୋଶୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ପଦୋନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୨୭ତାରିଖ, ଶୁକ୍ରବାର, ମୀନ ମାସ ୧୪ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୫ଟା ୪୯ମିନିଟ୍ ରୁ ୬ଟା ୩୫ମିନିଟ୍, ସକାଳ ୭ଟା ୨୬ମିନିଟ୍ ରୁ ୮ଟା ୫୦ମିନିଟ୍, ଦିବା ୧୨ଟା ୧୭ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ୫ଟା ୫୫ମିନିଟ୍, ସନ୍ଧ୍ୟା ୭ଟା ୩୨ମିନିଟ୍ ରୁ ରାତ୍ର ୮ଟା ୫୩ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ଵସ୍ତି ଅନୁଭବ କରିବେ। କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ହେବେ। ନିର୍ମାଣାଧୀନ କାମ ଅଟକି ରହିଯିବା ଯୋଗୁ ସାମାନ୍ୟ ଚିନ୍ତିତ ରହିବେ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବୃଷ:-

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଦୂରଯାତ୍ରାର ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ନୂତନ ସମ୍ବନ୍ଧ ସୃଷ୍ଟିହେବ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କର ସୌଜନ୍ୟରୁ ହୋଇଯିବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ବୁଦ୍ଧିମତା କାରଣରୁ ଆର୍ଥିକସ୍ଥିତି ସୁଧୁରିବ ଓ ଅବସ୍ଥା ବଦଳିଯିବ। ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ। କୌଣସି ଦରକାରୀ ମୂଲ୍ୟବାନ ଜିନିଷ ଖରିଦ କରିବାକୁ ମନ ବଳାଇବେ। ସମସ୍ୟାଗୁଡ଼ିକ ଆପଣାଛାଏ ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ବିଦ୍ୟାର୍ଥୀମାନେ ମନପସନ୍ଦ ଜିନିଷପାଇ ଖୁସି ହେବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତିକାର ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-

ସାମାଜିକ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ଦାମ୍ପତ୍ୟ କଳହର ଅବସାନ ଘଟିବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ। କର୍ମକ୍ଷେତ୍ରରେ ଶୁଭ ସଂବାଦ ପାଇ ଖୁସି ହେବେ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପ୍ରତିକାର ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରେମ ସମ୍ପର୍କ ବିବାହରେ ପରିଣତ ହୋଇ ପାରେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ନାହିଁ। ଧର୍ମକାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ। ପ୍ରତିକାର ଭୋକିଲା ଲୋକଙ୍କୁ ଭୋଜନ ଦିଅନ୍ତୁ।

ତୁଳା:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ। ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ଆକସ୍ମିକ ଧନପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ଖେଳ ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ। ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବିଦ୍ୟାରେ ଉନ୍ନତି ହେବ ଓ ଶୁଭ ସମାଚାର ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବ ଓ ବ୍ୟବସାୟରେ ଉନ୍ନତି ହେବ। କଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ। ପରୀକ୍ଷା ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବିଦ୍ୟାକ୍ଷେତ୍ରରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସମ୍ପର୍କୀୟ ସମସ୍ୟା  ଅନୁକୂଳ ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ଥଗିତଥିବା କର୍ମଟି ପୂରଣ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ବ୍ୟବସାୟରେ ନୂତନଧାରା ଖୋଲିବେ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇ ପାରେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଦୂରଯାତ୍ରାରେ ସଫଳ ହେବା ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। କଳା, ସାହିତ୍ୟ ଓ ସଭାସମିତିରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ରାଜନୀତି କ୍ଷେତ୍ରରେ ଶାନ୍ତି ପାଇବେ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!