ଦୈନିକ ରାଶିଫଳ: 27 ମାର୍ଚ୍ଚ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୨୭ତାରିଖ, ଶନିବାର, ମୀନମାସ ୧୪ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ସକାଳ ୬ଟା ୧୧ମିନିଟ୍ ଗତେ ଚତୁର୍ଦ୍ଦଶୀ ତିଥି କ୍ଷୟ, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ, ସକାଳ ୬ଟା ୧୧ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୨୨ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ର ୮ଟା ୧୭ମିନିଟ୍ ରୁ ୧୦ଟା ୩୯ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୪୯ମିନିଟ୍ । ପର୍ବଦିନ- ବରାହ ଦୋଳ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆୟ ଅପରିବର୍ତ୍ତିତ ରହିବା ସହ ବ୍ୟୟ ସଙ୍କୁଚିତ ହେବ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-

ସେବା କାର୍ଯ୍ୟରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିମ୍ନବର୍ଗର ବ୍ୟକ୍ତି ବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଭଲ ଲାଭ ପାଇବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଆର୍ଥିକଦିଗରୁ ସୁବିଧା ହେବା ସହ ଉଚିତ୍ ପରାମର୍ଶ ପାଇ ପୈତୃକ ସମ୍ପତ୍ତି ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ କାରବାରରେ ବୁଡିରହି ଆଶାତୀତ ଲାଭପାଇବେ । ରାଜନେତା ମାନଙ୍କର ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ଟଙ୍କା ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନେତା ମାନେ ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପାର୍ଟନର୍ସିପ୍ କ୍ଷେତ୍ରରେ ଆଖିବନ୍ଦ କରି କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ କୃତକାର୍ଯ୍ୟ ହେବେ । ପ୍ରତିକୁଳ ପରିସ୍ଥିତି ଦୂରେଇଯିବ ଓ ସନ୍ତାନସୁଖ ମିଳିବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପରିବାରରେ ମନୋମାଳିନ୍ୟ ଥିଲେ ଚେଷ୍ଟାକଲେ ମେଣ୍ଟିଯିବ । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ । ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବଜାୟ ରହିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା କଲ୍ପନା କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-

ପରୋକ୍ଷ ଶତ୍ରୁତାଥିଲେ ମଧ୍ୟ ପାଖରେଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରି ବାକୁ ବାଧ୍ୟ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମକ୍ଷେତ୍ର ରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । କୁଟୁମ୍ବୀଜନ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ ନୂତନଧାରା ଖୋଲିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ଆୟରସ୍ରୋତ ବୃଦ୍ଧିହେବ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ମୀନ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଦୂର ଯାତ୍ରାର ସୁଯୋଗ ପାଇ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟୀମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!