ଦୈନିକ ରାଶିଫଳ: 27 ମାର୍ଚ୍ଚ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୨୭ ତାରିଖ, ରବିବାର, ମୀନ ମାସ ୧୩ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଦଶମୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ଦିବା ୧ଟା ୩୨ମିନିଟ୍ ପରେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ଶିବ ଯୋଗ । ବଣିଜ କରଣ ସକାଳ ୭ଟା ୩ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ସନ୍ଧ୍ୟା୬ଟା ୫ ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସନ୍ଧ୍ୟା୬ ଟା ୫ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୨୧ମିନିଟ୍ ରୁ ୧ଟା ୨୪ମିନିଟ୍, ରାତ୍ରି ୧ଟା ୨୦ମିନିଟ୍ ରୁ ୨ଟା ୫୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୯ମିନିଟ୍ ରୁ ୯ଟା ୫୧ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୪୪ମିନିଟ୍ ରୁ ୯ଟା ୦୫ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ରାତ୍ର ୧ଟା ୨୦ମିନିଟ୍, ରାତ୍ର ୨ଟା ୫୦ମିନିଟ୍ ରୁ ୩ଟା ୨୫ମିନିଟ୍ ।

ମେଷ:-ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ଉଚ୍ଚପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଅନେକ ସମସ୍ୟାର ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ଜୀବନସାଥୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇ ପାରେ । ସତର୍କତା ଅବଲମ୍ବନ ନକଲେ ମାନହାନୀର ସମ୍ଭାବନା ଅଧିକ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଆତ୍ମୀୟଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହୋଇ ସୁଖ ସମୃଦ୍ଧି ବୃଦ୍ଧିହେବ । ଶିକ୍ଷା କ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟରେ ସୁଧାର ଆସିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବା ସହ ଉତ୍ତରଦାୟିତ୍ୱ ବଢ଼ିବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଯାନବାହାନ ବ୍ୟବସାୟରେ ଆଶାତୀତ ଲାଭକରି ଖୁସି ହେବେ । ବିଦ୍ୟାର୍ଥୀମାନେ ପରିଶ୍ରମ କରି ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆଶାତୀତ ଲାଭକରି ଖୁସି ହେବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତିରେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ଆମୋଦ ପ୍ରମୋଦ, ମନୋରଞ୍ଜନରେ ଆଗ୍ରହ ବଢିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆୟ ଅପରିବର୍ତ୍ତିତ ରହିଲେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପିଲାମାନେ ପରୀକ୍ଷାରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପ୍ରେମିକ ପ୍ରେମିକା ମାନେ ଶାନ୍ତି ଅନୁଭବ କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଶତୃମାନେ ଦୂରେଇ ଯିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ । ପ୍ରବାସ ଯାତ୍ରାରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରି କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବେ । ଆର୍ଥୀକ ଅବସ୍ଥାରେ ପରିବର୍ତ୍ତନ ଆସିବ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-ଶତୃମାନେ ଦୂରେଇ ଯିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହ ଯୋଗ କରିବା ଫଳରେ ପ୍ରଚୁର ଲାଭହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରି ପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପାରିବାରିକ ପରିସ୍ଥିତି ବଦଳି ଯାଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!