ଦୈନିକ ରାଶିଫଳ: ୨୭ ମଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୨୭ ତାରିଖ, ବୁଧବାର, ବୃଷମାସ ୧୪ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ପୁନର୍ବସୁନକ୍ଷତ୍ର ପ୍ରାତଃ ୭ଟା ୨୭ମିନିଟ୍ ପରେ ପୁଷ୍ୟାନକ୍ଷତ୍ର କର୍କଟରାଶିରେ ଚନ୍ଦ୍ର। କର୍କଟରାଶିର ଘାତବାର। ବେଲ ପଣସ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୭ଟା ୫୦ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୦ଟା ୬ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୫ମିନିଟ୍ ରୁ ୫ଟା ୨୧ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ୯ଟା ୫୩ମିନିଟ୍। ପର୍ବଦିନଶିବ ବିବହୋତ୍ସବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସନ୍ତାନର ଉଚ୍ଚଶିକ୍ଷା ପାଇଁ ଚେଷ୍ଟା କରିବାକୁ ପଡ଼ିବ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ।  ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ଜନସେବାଦ୍ଵାରା ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ। ଶତୃଙ୍କ ସହିତ ମୁକାବିଲା କରି ପାରିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ। ଦୟାଳୁ ପ୍ରବୃତି ଜାଗ୍ରତ ହେବା ଫଳରେ ପ୍ରିୟଜନ ଓ ପରିବାର ସଦସ୍ୟ ନିକଟତର ହେବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ସନ୍ତୋଷ ହେବେ। ପରିବାରରେ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରିବା ପାଇଁ ମନ ବଳାଇବେ। ବ୍ୟବସାୟରେ ଶତୃମାନେ ଦୂରେଇ ଯିବା ଫଳରେ ଆନନ୍ଦ ଅନୁଭବ କରିବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଛାତ୍ରଛାତ୍ରୀ ମାନଙ୍କର ମାନସିକ ବିକାଶ ଘଟିବ ଓ ଶୁଭ କାମ କରି ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାମାଜିକ ସ୍ତରରେ ସମ୍ମାନଲାଭ ଯଶ ପ୍ରଶଂସା ମିଳିବ। ପ୍ରେମିକ ପ୍ରେମିକା ମାନେ କାର୍ଯ୍ୟଦକ୍ଷତା ଦେଖାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ।  ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ପାରିବାରିକ କ୍ଷେତ୍ରରେ ଅଚାନକ ଧନପ୍ରାପ୍ତି ହେବା ଫଳରେ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରେମପ୍ରସଙ୍ଗରେ ନୂଆ ସମସ୍ୟାର ସମ୍ମୁଖୀନ ହେଲେବି ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ।  ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ।  କେତେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ କରଜ ଭାରରୁ ମୁକ୍ତି ମିଳିବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ।  ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!