ଦୈନିକ ରାଶିଫଳ: 27 ମଇ 2021, ମା ଲକ୍ଷ୍ମୀ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ସବୁ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୨୭ ତାରିଖ, ଗୁରୁବାର, ବୃଷମାସ ୧୩ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ପ୍ରତିପଦତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୧ଟା ୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୨ମିନିଟ୍, ସକାଳ ୯ଟା ୩୪ମିନିଟ୍ ରୁ ୧୧ଟା ୧୬ମିନିଟ୍, ସନ୍ଧ୍ୟା ୭ଟା ୧ମିନିଟ୍ ରୁ ରାତ୍ର ୯ଟା ୧୦ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ବା ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ । ଜାଗାଜମି, ଗୃହ ବାହନ ଜନିତ ସମସ୍ୟାରେ ସାମିଲ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ମହାଜନଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କରଜର ମାତ୍ରା ହ୍ରାସ ପାଇବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-

କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ସାମ୍ବାଦିକ ମାନେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ସମସ୍ତ ଜରୁରୀ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରି ପାରିବେ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ଧନୁ:-

ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । କମ ପରିଶ୍ରମ କରି ଅଧିକ ଲାଭ ପାଇବେ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ବାଦବିବାଦ ଓ ମାଲି ମକଦ୍ଦମାର ଅପୋଷ ସମାଧାନ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-

ସାମାଜିକ କାର୍ଯ୍ୟରେ ସଫଳତା ପାଇବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟ କ୍ଷେତ୍ରରେ ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ଆଶାତୀତ ଉନ୍ନତି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଧାର୍ମିକ କାର୍ଯ୍ୟରେ କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ଗୁରୁଜନଙ୍କ ପ୍ରେରଣା ପାଇ ପରିବାରଜନଙ୍କର ଅନେକ ସମସ୍ୟାର ସମାଧାନ କରି ପାରିବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!